Masthead

କଲବଲ କରୁଛି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖସୁଛି ପାରଦ, ବଢ଼ୁଛି ଶୀତ । ଘନ କୁହୁଡ଼ିରେ ଚାରିଆଡ଼ ଧୂଆଁ ଧୂଆଁ । ଥଣ୍ଡାରେ ଥରୁଛନ୍ତି ସମସ୍ତେ । ତେବେ ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଦୁର୍ବଳ ଏବଂ ଆକାଶ ନିର୍ମଳ ଥିବାରୁ ଆଜିଠୁ ଶୀତର ପ୍ରକୋପ ସାମାନ୍ୟ କମିବା ସମ୍ଭାବନା ରହିଛି । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଘନକୁହୁଡି ଦୃଶ୍ୟମାନ ହେବ । କିଛି ସ୍ଥାନରେ ଦୃଶ୍ୟମାନ ଦୂରତା ୨ ଶହ ମିଟରରୁ କମ୍ ରହିବ । ଉପକୂଳ ଓଡ଼ିଶା ସମେତ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ କୁହୁଡି ଦୃଶ୍ୟମାନ ହେବ ।

ଘନ କୁହୁଡି ଆଶଙ୍କା ଥିବାରୁ ଦୁର୍ଘଟଣା ଏଡାଇବା ପାଇଁ ପଦପେକ୍ଷ ନେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ବିଭିନ୍ନ ସ୍ଥାନରେ ଘନକୁହୁଡି ଦୃଶ୍ୟମାନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାୟୁମଣ୍ଡଳରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ ୨୩ ଏବଂ ୨୪ ତାରିଖରେ ପ୍ରବଳ କୁହୁଡ଼ି ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଉପକୂଳ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ କୁହୁଡ଼ିର ମାତ୍ରା ଅଧିକ ରହିବ । ୨୩ ତାରିଖରେ ୧୦ ଜିଲ୍ଲା ଏବଂ ୨୪ ତାରିଖରେ ୧୮ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା