କଲବଲ କରୁଛି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖସୁଛି ପାରଦ, ବଢ଼ୁଛି ଶୀତ । ଘନ କୁହୁଡ଼ିରେ ଚାରିଆଡ଼ ଧୂଆଁ ଧୂଆଁ । ଥଣ୍ଡାରେ ଥରୁଛନ୍ତି ସମସ୍ତେ । ତେବେ ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଦୁର୍ବଳ ଏବଂ ଆକାଶ ନିର୍ମଳ ଥିବାରୁ ଆଜିଠୁ ଶୀତର ପ୍ରକୋପ ସାମାନ୍ୟ କମିବା ସମ୍ଭାବନା ରହିଛି । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଘନକୁହୁଡି ଦୃଶ୍ୟମାନ ହେବ । କିଛି ସ୍ଥାନରେ ଦୃଶ୍ୟମାନ ଦୂରତା ୨ ଶହ ମିଟରରୁ କମ୍ ରହିବ । ଉପକୂଳ ଓଡ଼ିଶା ସମେତ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ କୁହୁଡି ଦୃଶ୍ୟମାନ ହେବ ।

ଘନ କୁହୁଡି ଆଶଙ୍କା ଥିବାରୁ ଦୁର୍ଘଟଣା ଏଡାଇବା ପାଇଁ ପଦପେକ୍ଷ ନେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ବିଭିନ୍ନ ସ୍ଥାନରେ ଘନକୁହୁଡି ଦୃଶ୍ୟମାନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାୟୁମଣ୍ଡଳରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ ୨୩ ଏବଂ ୨୪ ତାରିଖରେ ପ୍ରବଳ କୁହୁଡ଼ି ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଉପକୂଳ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ କୁହୁଡ଼ିର ମାତ୍ରା ଅଧିକ ରହିବ । ୨୩ ତାରିଖରେ ୧୦ ଜିଲ୍ଲା ଏବଂ ୨୪ ତାରିଖରେ ୧୮ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’