Masthead

‘ସମସ୍ତେ ଏକାଠି ହେଲେ ମୋଦି ସରକାର କିଛି କରିପାରିବ ନାହିଁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାର୍ଲାମେଣ୍ଟର ଶୀତ ଅଧିବେଶନରେ ଉଭୟ ଗୃହରୁ ୧୪୬ ଜଣ ଏମ୍‌ପିଙ୍କୁ କରାଯାଇଛି ନିଲମ୍ବନ । ଯାହାକୁ ନେଇ ବିରୋଧୀ ଇଣ୍ଡିଆ ମେଣ୍ଟର ନେତାମାନେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଗଣତନ୍ତ୍ରର ସୁରକ୍ଷା ପାଇଁ ସେମାନେ ପ୍ରତିଜ୍ଞା ନେବା ସହ ୨୦୨୪ ଲୋକ ସଭା ନିର୍ବାଚନରେ ବିଜେପିକୁ ପରାଜିତ କରିବା ପାଇଁ ଆହ୍ବାନ ଦେଇଛନ୍ତି। ଶାସକ ଦଳ ବିରୋଧୀମାନଙ୍କ ସ୍ବରକୁ ଚାପିଦେଇଥିବା ବିରୋଧୀ ନେତାମାନେ ଅଭିଯୋଗ କରିଛନ୍ତି।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନେତୃତ୍ୱରେ ଅନୁଷ୍ଠିତ ବିକ୍ଷୋଭରେ ଦଳର ନେତା ରାହୁଲ ଗାନ୍ଧୀ, ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ସମେତ ଅନ୍ୟ ବିରୋଧୀ ଦଳ ନେତାମାନେ ସାମିଲ ହୋଇଥିଲେ। ବର୍ତ୍ତମାନର ସରକାରରେ ଗଣତନ୍ତ୍ର ପ୍ରତି ବିପଦ ସୃଷ୍ଟି ହୋଇଥିବାରୁ ଆମକୁ ଏକାଠି ହେବାକୁ ପଡ଼ିବ ବୋଲି ଖଡ଼ଗେ କହିଥିଲେ। ସମସ୍ତେ ଏକାଠି ହେଲେ ମୋଦି ସରକାର କିଛି କରିପାରିବ ନାହିଁ ବୋଲି ସେ କହିଥିଲେ। ଏମ୍‌ପିମାନଙ୍କୁ ନିଲମ୍ବନ କରି ସରକାର ବିରୋଧୀଙ୍କ ମୁହଁ ବନ୍ଦ କରିଦେବାକୁ ଉଦ୍ୟମ କରୁଛନ୍ତି।

ତେବେ ଗଣତନ୍ତ୍ରର ସୁରକ୍ଷା ପାଇଁ ଯେକୌଣସି ମୂଲ୍ୟ ଦେବାକୁ ଆମେ ପ୍ରସ୍ତୁତ ଅଛୁ ବୋଲି ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର କହିଥିଲେ। ପାର୍ଲାମେଣ୍ଟ ନିକଟରେ ସରକାର ଉତ୍ତରଦାୟୀ ଏବଂ ଏମ୍‌ପିମାନେ ଲୋକଙ୍କ ନିକଟରେ ଉତ୍ତରଦାୟୀ, ଯାହା ଗଣତନ୍ତ୍ରର ସଂଜ୍ଞା ବୋଲି ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ କହିଥିଲେ। ଯେକୌଣସି ପ୍ରକାରେ ବିରୋଧୀଙ୍କୁ ଦମନ କରି ସେମାନେ ପାର୍ଲାମେଣ୍ଟକୁ ଅଚଳ କରିଦେଲେ। ପାର୍ଲାମେଣ୍ଟ ଅଚଳ ହେଲେ ଗଣତନ୍ତ୍ର ମରିଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି