Masthead

ଜାମ୍ମୁ କାଶ୍ମୀରର ୨ଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରର ୨ଟି ଜିଲ୍ଲାରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ । ପୁଞ୍ଝ ଓ ରଜୌରୀରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ । ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପେରସନ ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ପୁଞ୍ଝରେ ୫ ଯବାନ ସହିଦ ହେବା ପରେ ଚାଲିଛି ସର୍ଚ୍ଚ ଅପେରସନ୍‌ । ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କାରେ ଚାଲଛି ସର୍ଚ୍ଚ ଅପେରସନ୍ ।

ଗତକାଲି ଅପରାହ୍ନରେ ସେନାର ଦୁଇଟି ଗାଡି ଯାଉଥିବା ବେଳେ ଆତଙ୍କବାଦୀ ମାନେ ଗୁଳିମାଡ କରିଥିଲେ । ଏହାପରେ ପୁରା ଏରିଆକୁ କର୍ଡନ କରି ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଛି । ଗୁଳିବିନିମୟରେ ୫ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତ ମାସରେ ମଧ୍ୟ ରଜୌରୀରେ ସେନାକୁ ଟାର୍ଗେଟ କରି ଆକ୍ରମଣ ହୋଇଥିଲା । ଏଥିରେ ଦୁଇ କ୍ୟାପଟେନଙ୍କ ସହ ୫ଜଣଙ୍କ ମୃତ୍ୟୁ ହୋଇଥିଲା ।

ଏହାପରେ ପୁଣି ଶୁକ୍ରବାର ସାମ୍ବା ଜିଲ୍ଲାର ଚାନ୍ଦିଲି ଗାଁରେ ବିସ୍ଫୋରଣ ଘଟାଇଛନ୍ତି ଆତଙ୍କବାଦୀ। ଏଥିରେ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ପୁଞ୍ଚ ଆକ୍ରମଣରେ ଲଶ୍କର-ଏ-ତୋଏବାର ଅନୁବନ୍ଧିତ ସଂଗଠନ ପିପୁଲ୍ସ ଆଣ୍ଟି ଫାସିଷ୍ଟ ଫ୍ରଣ୍ଟ (PAFF) ନିଜକୁ ଦାୟୀ କରିଥିଲା। ଏହି ଆକ୍ରମଣରେ ଆମେରିକାର ଅତ୍ୟାଧୁନୁକି ବନ୍ଧୁକ ବ୍ୟବହାର ହୋଇଥିଲା।ଏକ ବଡ ଧରଣର ଆତଙ୍କୀ ହମଲା ଆଶଙ୍କା କରାଯାଉଛି। କାରଣ ପୁଞ୍ଚ ଆକ୍ରମଣ ପଛରେ ପାକିସ୍ତାନ ଓ ଚୀନର ହାତ ଥିବା କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି