Masthead

ଫ୍ରାନ୍ସ ରାଷ୍ଟ୍ରପତି ହେବେ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଫ୍ରାନ୍ସ ରାଷ୍ଟ୍ରପତି ହେବେ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି । ୨୦୨୪ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ । ଜାନୁଆରୀ ୨୬ରେ କର୍ତ୍ତବ୍ୟପଥରେ ଉପସ୍ଥିତ ରହି ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ । ଭାରତ ପକ୍ଷରୁ ତାଙ୍କୁ ଆମନ୍ତ୍ରଣ କରାଯିବା ପରେ ଏଥିରେ ସମ୍ମତ୍ତି ଜଣାଇବା ସହିତ, ସୋସିଆଲ ମିଡିଆରେ ମୋଦିଙ୍କୁ ପ୍ରିୟ ବନ୍ଧୁ ବୋଲି ସମ୍ବୋଧନ କରିଛନ୍ତି ମାକ୍ରନ୍ ।

https://x.com/EmmanuelMacron/status/1738189685195702298?s=20

ଗତ ଜୁଲାଇ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତରେ ଯାଇ ଜାତୀୟ ଦିବସ ବାଷ୍ଟିଲ୍ ଡେ’ ପରେଡରେ ସାମିଲ ହୋଇଥିଲେ । ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ବୋଲି ସୂଚନା ମିଳିଥିଲା । କିନ୍ତୁ ଜାନୁଆରୀ ମାସରେ ବ୍ୟସ୍ତ ବହୁଳ କାର୍ୟ୍ୟସୂଚୀ ଯୋଗୁ ସେ ଭାରତ ଆସିପାରିବେ ନାହିଁ । ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାରେ ମାକ୍ରନ୍ ହେବେ ଷଷ୍ଠ ଫ୍ରାନ୍ସ ଶୀର୍ଷନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼