ବିଜୟୀ ନ ହେବା ଯାଏଁ ଆମେ ଅଟକିବୁନି: ନେତାନ୍ୟାହୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହମାସ ସହ ଯୁଦ୍ଧକୁ ନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କଡ଼ା ପ୍ରତିକ୍ରିୟା । ବିଜୟୀ ନ ହେବା ଯାଏଁ ଆମେ ଅଟକିବୁନି କହିଲେ ନେତାନ୍ୟାହୁ । ପଣବନ୍ଦୀଙ୍କୁ ମୁକୁଳାଇବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରାଯାଉଛି । କୂଟନୈତିକ ସ୍ତରରେ ମଧ୍ୟ ଉଦ୍ୟମ କରାଯାଉଛି । ଆମ ପାଖରେ ଆଉ କୌଣସି ବିକଳ୍ପ ନାହିଁ । ତେଣୁ ବିଜୟୀ ନ ହେବା ଯାଏଁ ଅଟକିବାର ପ୍ରଶ୍ନ ଉଠୁନି କହିଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ । ରବିବାର ବିଳମ୍ବିତ ରାତିରେ ଗାଜାର ଏକ ଶରଣାର୍ଥୀ ଶିବିର ଉପରେ ଏୟାରଷ୍ଟ୍ରାଇକ୍ କରିଥିଲା ଇସ୍ରାଏଲ ।

ଫଳରେ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଆହତ ହୋଇଛି । ମୃତକଙ୍କ ମଧ୍ୟରେ ୧୨ ଜଣ ମହିଳା ଏବଂ ୭ ଶିଶୁ ରହିଛନ୍ତି । ଏହି ଆକ୍ରମଣ ଯୋଗୁଁ ମୃତକଙ୍କ ସଂଖ୍ୟା ଆହୁରି ବଢିବା ନେଇ ଆଶଙ୍କା କରାଯାଉଛି । ତେବେ ଇସ୍ରାଏଲ-ହମାସ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ଶେଷ ହେବାର ନାଁ ନେଉନି । କ୍ରମାଗତ ଇସ୍ରାଏଲର ଆକ୍ରମଣ ଯୋଗୁଁ ୨୦ ହଜାରରୁ ଅଧିକ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ ହୋଇସାରିଲାଣି । ସେପଟେ ଏୟାରଷ୍ଟ୍ରାଇକ୍ ନେଇ ଇସ୍ରାଏଲ ସେନା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’