Masthead

ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା, କାନ୍ଧରେ ବୁହାହୋଇ ମେଡିକାଲ ଗଲେ ଗର୍ଭବତୀ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣାର ଚିତ୍ର । ୩ କି.ମି ଖାଲ ଖମା,ନଈ ନାଳ ଅତିକ୍ରମ କରି କାନ୍ଧରେ ବୁହା ହୋଇ ମେଡ଼ିକାଲ ଗଲେ ଗର୍ଭବତୀ। ମେଡିକାଲରେ ନବଜାତ ଶିଶୁର ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲ୍ଲା ସୀମାନ୍ତ ଲକ୍ଷ୍ମୀପୁର ବ୍ଲକ ପିପଲ ପଦର ପଞ୍ଚାୟତ ଅନ୍ତର୍ଗତ ବାଘମାରି ଗ୍ରାମରେ । ଗର୍ଭବତୀ ମହିଳା ଅଭି ମାଣ୍ଡିଗାଂଙ୍କ ସ୍ତ୍ରୀ କନ୍ଧଇ ମାଣ୍ଡିଗାଂ ।

ମାଣ୍ଡିଗାଂଙ୍କର ଗର୍ଭ ଜନ୍ତ୍ରଣା ହେବାରୁ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ ପରିବାର ଲୋକେ। ରାୟଗଡ଼ା ଜିଲ୍ଲା କୁମ୍ଭିକଟା ୧୦୮ ଆମ୍ବୁଲାନ୍ସ ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିନଥିଲା । ଆମ୍ବୁଲାନ୍ସ କର୍ମଚାରୀ ବିନୋଦ ହାଳବା ଓ ଗୁପ୍ତେଶ୍ୱର ବାଗର୍ତି କାନ୍ଦରେ କାନ୍ଧେଇ ନଦୀ ଉପରେ ଥିବା ଅସ୍ଥାୟୀ ପୋଲ ପାର କରି ଆମ୍ବୁଲାନ୍ସ ନିକଟକୁ ଆଣି ଗର୍ଭବତୀଙ୍କୁ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ସେଠାରେ ନବଯାତ ଶିଶୁଟିର ମୃତ୍ୟୁ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା