Masthead

ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା, କାନ୍ଧରେ ବୁହାହୋଇ ମେଡିକାଲ ଗଲେ ଗର୍ଭବତୀ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣାର ଚିତ୍ର । ୩ କି.ମି ଖାଲ ଖମା,ନଈ ନାଳ ଅତିକ୍ରମ କରି କାନ୍ଧରେ ବୁହା ହୋଇ ମେଡ଼ିକାଲ ଗଲେ ଗର୍ଭବତୀ। ମେଡିକାଲରେ ନବଜାତ ଶିଶୁର ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲ୍ଲା ସୀମାନ୍ତ ଲକ୍ଷ୍ମୀପୁର ବ୍ଲକ ପିପଲ ପଦର ପଞ୍ଚାୟତ ଅନ୍ତର୍ଗତ ବାଘମାରି ଗ୍ରାମରେ । ଗର୍ଭବତୀ ମହିଳା ଅଭି ମାଣ୍ଡିଗାଂଙ୍କ ସ୍ତ୍ରୀ କନ୍ଧଇ ମାଣ୍ଡିଗାଂ ।

ମାଣ୍ଡିଗାଂଙ୍କର ଗର୍ଭ ଜନ୍ତ୍ରଣା ହେବାରୁ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ ପରିବାର ଲୋକେ। ରାୟଗଡ଼ା ଜିଲ୍ଲା କୁମ୍ଭିକଟା ୧୦୮ ଆମ୍ବୁଲାନ୍ସ ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିନଥିଲା । ଆମ୍ବୁଲାନ୍ସ କର୍ମଚାରୀ ବିନୋଦ ହାଳବା ଓ ଗୁପ୍ତେଶ୍ୱର ବାଗର୍ତି କାନ୍ଦରେ କାନ୍ଧେଇ ନଦୀ ଉପରେ ଥିବା ଅସ୍ଥାୟୀ ପୋଲ ପାର କରି ଆମ୍ବୁଲାନ୍ସ ନିକଟକୁ ଆଣି ଗର୍ଭବତୀଙ୍କୁ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ସେଠାରେ ନବଯାତ ଶିଶୁଟିର ମୃତ୍ୟୁ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ