Masthead

ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ । ମଙ୍ଗଳବାର ସନ୍ଧ୍ୟା ୫ଟାରେ ଘଟିଥିଲା ଏହି ବିସ୍ଫୋରଣ । ଖବର ପାଇ ଘଟଣାସ୍ଥଳରେ ଦିଲ୍ଲୀ ପୋଲିସର ଗୁଇନ୍ଦା ଟିମ୍, ଡଗ୍ ସ୍କ୍ୱାର୍ଡ ଓ ବୋମା ନିଷ୍କ୍ରିୟକାରୀ ଟିମ୍ ପହଞ୍ଚି ତନ୍ନତନ୍ନ ଯାଞ୍ଚ କରିଥିଲେ । NIA ଓ ଫୋରେନସିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ କରିଥିଲେ ।

ତେବେ ବିସ୍ଫୋରଣରେ କୌଣସି ବଡ଼ ଧରଣର କ୍ଷୟକ୍ଷତି ହୋଇନାହିଁ । ଘଟଣାସ୍ଥଳରୁ ଇସ୍ରାଏଲ ଦୂତାବାସକୁ ଲେଖାଥିବା ଏକ ଚିଠି ମିଳିଥିଲା । ବିସ୍ଫୋରଣ ପରେ ସେହି ଅଂଚଳକୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି । ଭାରତରେ ଥିବା ଇସ୍ରାଏଲ ନାଗରିକମାନଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନ ମଲ୍ କିମ୍ବା ମାର୍କେଟ୍‌କୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ