ଡମ୍ଫର ଧକ୍କାରେ ଜଳିଗଲା ଯାତ୍ରୀବାହୀ ବସ୍, ୧୩ ମୃତ

ମଧ୍ୟପ୍ରଦେଶ(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶ ଗୁନାରେ ବଡ଼ ଦୁର୍ଘଟଣା । ଏକ ଡମ୍ଫର ସହ ଧକ୍କା ହୋଇ ଯାତ୍ରୀବାହୀ ବସରେ ନିଆଁ ଲାଗିଯିବାରୁ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ପାଖାପାଖି ୧୭ ଜଣ ଯାତ୍ରୀ ଗୁରୁତର ଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ବିଳମ୍ବିତ ରାତିରେ ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ଏକ ଘରୋଇ ବସଟି ମଧ୍ୟପ୍ରଦେଶ ଗୁନାରୁ ଆରୋନ ଅଭିମୁଖେ ଯାଉଥିବା ବେଳେ ଜାତୀୟ ରାଜପଥରେ ଏକ ଡମ୍ଫର ସହ ବସ୍‌ଟି ମୁହାଁମୁହିଁ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିଲା । ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରିବାକୁ ଆସିଥିଲେ ଏବଂ ଖବର ପାଇ ଏସଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଏହି ଘଟଣାରେ ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ