Masthead

ପରଲୋକରେ ବିଜୟକାନ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଭିନେତାରୁ ରାଜନେତା ପାଲଟିଥିବା ବିଜୟକାନ୍ତଙ୍କ ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା । ଗତକାଲି ରାତିରେ ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କରୋନା ପଜିଟିଭ ହେବା ପରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ନିଶ୍ୱାସ ନେବାରେ ଅସୁବିଧା ହେତୁ ତାଙ୍କୁ ଚେନ୍ନାଇର ଏକ ଘରୋଇ ଡାକ୍ତରଖାନାରେ ଭେଣ୍ଟିଲେଟରରେ ରଖାଯାଇଥିଲା। ।

ତାଙ୍କ ମୃତ୍ୟୁପରେ ଡାକ୍ତରଖାନା ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି। ବିଜୟକାନ୍ତ ୨୦୦୫ର ଦେଶିଆ ମୁରପକ୍କୁ ଦ୍ରାବିଡ କାଜଗାମ ପାର୍ଟି ଗଠନ କରିଥିଲେ। ୨୦୧୧ ରୁ ୨୦୧୬ ପର୍ୟ୍ୟନ୍ତ ତାମିଲନାଡୁର ଡିଏମଡିକେ ମୁଖ୍ୟ ବିରୋଧୀ ଦଳ ଥିଲା ଏବଂ ବିଜୟକାନ୍ତ ବିଧାନସଭାରେ ବିରୋଧୀ ଦଳର ନେତା ଥିଲେ। ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ସେ ସୁପରଷ୍ଟାର ଥିଲେ । ୧୫୦ରୁ ଅଧିକ ଫିଲ୍ମରେ ସେ ଅଭିନୟ କରିଛନ୍ତି । କ୍ୟାପଟେନ ବିଜୟକାନ୍ତ ନାଁରେ ସେ ପରିଚିତ ଥିଲେ। ୨୦୦୫ରେ DMDK ନାଁରେ ଏକ ରାଜନୈତିକ ଦଳ ଗଠନ କରିଥିଲେ ବିଜୟକାନ୍ତ । ୨୦୧୧ ରେ ତାଙ୍କ ଦଳ ୨୬ଟି ଆସନ ଜିତିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼