Masthead

ଜେଡିୟୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ଲଲନ ସିଂହଙ୍କ ଇସ୍ତଫା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଗାମୀ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଏବେଠାରୁ ସାରା ଦେଶରେ ନିର୍ବାଚନୀ ମାହୋଲ ସୃଷ୍ଟି ହୋଇଛି । ବିଭିନ୍ନ ରାଜନୈତିକ ଦଳମାନେ ସେମାନଙ୍କର ସଂଗଠନରେ ନୂଆ ନୂଆ ନେତାଙ୍କୁ ଦାୟିତ୍ୱ ଦେଉଛନ୍ତି । ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ଜେଡି(ୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲଲନ ସିଂ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଗତ ଏକ ସପ୍ତାହ ଧରି ଜେଡିୟୁର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ବେଶ ଚର୍ଚ୍ଚା ହେଉଥିଲା ।

ଏହା ମଧ୍ୟରେ ଶେଷରେ ଲଲନ ଜେଡିୟୁର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ଆଜି ଦିଲ୍ଲୀରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଥିବା ବେଳେ ଉକ୍ତ ବୈଠକରେ ଲଲନଙ୍କୁ ନେଇ କିଛି ନିଷ୍ପତ୍ତି ହୋଇପାରେ ବୋଲି ପୂର୍ବରୁ ଶୁଣାଯାଉଥିଲା । ତେବେ ଲଲନଙ୍କ ପରେ ନୀତିଶ କୁମାର ଦଳର କମାଣ ଧରିବେ କି ବୋଲି ଚର୍ଚ୍ଚା ହେଉଛି । ଲଲନଙ୍କ ଇସ୍ତଫା ପଛର କାରଣ ସାମ୍ନାକୁ ଆସିନାହିଁ । ଲଲନଙ୍କ ଇସ୍ତଫା ପରେ ଜେଡିୟୁର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ନୀତିଶଙ୍କ ନାମ ପ୍ରସ୍ତାବ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ