Masthead

ନୂଆବର୍ଷରେ ପୁରୀ ସୁରକ୍ଷା ପାଇଁ ୯ଟି ସେକ୍ଟର

ପୁରୀ(ବଡ଼ ଖବର ବ୍ୟୁରୋ): ପାଇଁ ପୁରୀ ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି ।ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଛି। ଶ୍ରୀମନ୍ଦିର ଭିତରେ ଓ ବାହାରେ ବଡ଼ଦାଣ୍ଡ ,ସମୁଦ୍ରକୂଳ ଅଞ୍ଚଳକୁ ନେଇ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କାଯାଇଥିବାବେଳେ ଏସବୁ ବ୍ୟବସ୍ଥାକୁ ୯ଟି ସେକ୍ଟରରେ ବିଭକ୍ତ କରାଯାଇଛି। ନୂଆବର୍ଷ ପାଇଁ ମରଚିକୋଟ ଛକରୁ ହେବ ନୋ ଭେଇକିଲ୍ ଜୋନ୍। ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ଛୋଟ ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯିବ। ଆମ୍ବୁଲାନ୍ସ ଚଳପ୍ରଚଳ ପାଇଁ ଗ୍ରୀନ୍ କରିଡର ହେଵ।ଏଥିସହ ଭକ୍ତ ତଥା ପର୍ୟ୍ୟଟକଙ୍କଠାରୁ ଫିଡବ୍ୟକ୍ ନେବା ପାଇଁ ଫିଡବ୍ୟକ୍ ସେଣ୍ଟର କରାଯିବ। ବିଚରେ ହଟସ୍ପଟ ପାଟ୍ରୋଲିଂ କରାଯିବ ।

ଏଥିସହ ସମୁଦ୍ରକୂଳ ଅଞ୍ଚଳରେ ତିନୋଟି ଫାଣ୍ଡି କରାଯିବ। ସୁରକ୍ଷିତ ସମୁଦ୍ର ସ୍ନାନ ଉପରେ ମଧ୍ୟ ଗୁରୁତ୍ଵ ଦିଆଯାଇଛି। ପୁରୀ ଏସପି କେ. ବିଶାଲ ସିଂହ, କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହଙ୍କ ସହ ଆଜି ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ତଥା ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ପରେ ଏହି ପ୍ରତିକ୍ରିୟା ଦେଇଛନ୍ତି। ବଡ଼ଦାଣ୍ଡରେ ଆସନ୍ତା ନୂଆ ବର୍ଷରୁ ଭକ୍ତ ତଥା ପର୍ୟ୍ୟଟକ ଏସି ସେଡରେ ପ୍ରବେଶ କରି ନୂଆ ବ୍ୟାରିକେଡ଼ ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ଉତ୍ତର ଦ୍ଵାର ଦେଇ ବାହାରିବେ। ପୁରୀ ସହରବାସୀଙ୍କ ପାଇଁ କୌଣସି କଟକଣା ରହିବ ନାହିଁ । ଶୃଙ୍ଖଳିତ ଦର୍ଶନ, ଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଓ ଯାତ୍ରୀଙ୍କ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି । ଆଜି ପୋଲିସ ଫୋର୍ସକୁ ଏସପି ବ୍ରିଫିଂ କରିଛନ୍ତି । ନୂଆବର୍ଷରେ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁ ଓ ପର୍ୟ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼