Masthead

ଆଜି ଅଯୋଧ୍ୟା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରେଳ ଷ୍ଟେସନର ଲୋକାର୍ପଣ ସହ ଟ୍ରେନ୍‌ର କରିବେ ଶୁଭାରମ୍ଭ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଆଜି ଅଯୋଧ୍ୟା ଅସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତ ପ୍ରସ୍ତୁତିର ସମୀକ୍ଷା ପାଇଁ ଅଯୋଧ୍ୟା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଅଯୋଧ୍ୟାର ନୂଆ ଆନ୍ତର୍ଜାତୀୟ ବିମାନବନ୍ଦର, ପୁନଃନିର୍ମାଣ ରେଳ ଷ୍ଟେସନ, ଜାତୀୟ ରାଜପଥ ସହ ୧୫ ହଜାର କୋଟିର ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ‘ଅଯୋଧ୍ୟା ଧାମ ଜଙ୍କସନ’ ରେଳଷ୍ଟେସନର ଉଦଘାଟନୀ ଅବସରରେ ଆଜି ମାଲଦା ଟାଉନ-ବେଙ୍ଗାଲୁରୁ ଅମୃତ ଭାରତ ଟ୍ରେନର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ଅଯୋଧ୍ୟାରୁ ଭିଡିଓ କନଫରେନସିଂ ଜରିଆରେ ମୋଟ ୬ଟି ନୂତନ ବନ୍ଦେ ଭାରତ ଟ୍ରେନ୍ ଏବଂ ଦୁଇଟି ଅମୃତ ଭାରତ ଟ୍ରେନ୍ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଓଡ଼ିଶାରେ ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ, ବ୍ରହ୍ମପୁର ରେଳ ଷ୍ଟେସନ ଏବଂ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ, ବିଜୟନଗରମ ଏବଂ ବିଶାଖାପାଟନମ ଷ୍ଟେସନରେ ସାଂସଦ ଏବଂ ବିଧାୟକମାନେ ଟ୍ରେନକୁ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି । ସେପଟେ ଅଯୋଧ୍ୟାରେ ୧୪ ଶହ ୫୦ କୋଟି ବ୍ୟୟରେ ନିର୍ମିତ ହୋଇଥିବା ବିମାନବନ୍ଦରକୁ ମହର୍ଷି ବାଲ୍ମିକୀଙ୍କ ନାମରେ ନାମିତ କରାଯାଇଛି । ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇଛି । ସହରକୁ ବିଭିନ୍ନ ଫୁଲରେ ସଜା ଯିବା ସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରେଳମନ୍ତ୍ରୀ ଅଶ୍ୱୀନୀ ବୈଷ୍ଣବ ଅଯୋଧ୍ୟାର ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ଅଯୋଧ୍ୟା ପାଇଁ ମୋଟ ୧୫ହଜାର ୭୦୦ କୋଟିର ବିଭିନ୍ନ ଯୋଜନା ଘୋଷଣା କରିବେ ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ମୋଦି ବିଶାଳ ରୋଡ ସୋ’ କରିବାର କାର୍ୟ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା