ପୁଣି ଇତିହାସ ରଚିବ ଇସ୍ରୋ, ଜାନୁଆରୀ ୧ରେ ଲଞ୍ଚ ହେବ XPoSat ସାଟେଲାଇଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନୂଆବର୍ଷରେ ପୁଣି ଇତିହାସ ରଚିବ ଇସ୍ରୋ । ବ୍ରହ୍ମାଣ୍ଡର ଆଉ ଏକ ରହସ୍ୟ ଭେଦିବାକୁ ସାଟେଲାଇଟ୍‌ ଲଞ୍ଚ କରିବ ଦେଶ । ବ୍ରହ୍ମାଣ୍ଡର ୫୦ଟି ଉଜ୍ଜ୍ୱଳ ଉତ୍ସର ଅଧ୍ୟୟନ କରିବ ସାଟେଲାଇଟ୍‌ । ଆକାଶଗଙ୍ଗା, ରେଡିଏସନ୍, ପଲସର୍ ସମେତ ବ୍ଲାକହୋଲ୍ସ ଆଦିର ଷ୍ଟଡି କରିବ। ତା’ସହ ଏସବୁର ଉତ୍ସ ଗୁଡ଼ିକର ଫଟୋ ଉଠାଇବ। ଆସନ୍ତା ଜାନୁଆରୀ ୧ ସକାଳ ୯ ଟାରେ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ସ୍ପେସ୍ ସେଣ୍ଟରରୁ ଛଡ଼ାଯିବ XPoSAT ସାଟେଲାଇଟ୍। ଏଥିରେ ଲାଗିଥିବା ଟେଲିସ୍କୋପ, ରମଣ ରିସର୍ଚ୍ଚ ଇଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ଉପଗ୍ରହକୁ ୬୫୦ କିଲୋମିଟର ଉଚ୍ଚରେ ନିୟୋଜିତ କରାଯିବ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ