Masthead

ନୂଆବର୍ଷ ପାଇଁ ପୁରୀରେ ଟ୍ରାଫିକ କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ନୂଆ ବର୍ଷ ପାଇଁ ଚଳଞ୍ଚଳ ଶ୍ରୀକ୍ଷେତ୍ର । ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲାଗୁଛି ଭିଡ଼। ତେଣୁ ପୁରୀରେ ଯାନବାହନ ଚଳାଚଳ ଉପରେ କଟକଣା ଲଗାଇଛି ପୋଲିସ । ଆଜି ରାତି ୧୨ଟାରୁ ୨ତାରିଖ ରାତି ୧୨ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ । ମାର୍କେଟ ଛକଠାରୁ ସିଂହଦ୍ୱାର ପର୍ୟ୍ୟନ୍ତ ବଡ଼ଦାଣ୍ଡକୁ ନୋ ଭେହିକିଲ୍ ଜୋନ୍ ଭାବେ ଘୋଷଣା କରାଯାଇଛି। ସେହିପରି ଦିଗବାରେଣୀରୁ ବତୀଘର ପର୍ଯ୍ୟନ୍ତ ସମୁଦ୍ରକୂଳ ରାସ୍ତାକୁ ନୋ-ଭେହିକଲ୍ ଜୋନ ଭାବେ ଘୋଷଣା କରାଯାଇଛି। ସମସ୍ତ ଆନ୍ତରାଜ୍ୟ ଟୁରିଷ୍ଟ ବସ୍ ଓ ସ୍ଥାନୀୟ ଟୁରିଷ୍ଟ ବସ୍ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ। ନିୟମିତ ଯାତ୍ର ପରିବହନ କରୁଥିବା ବସ୍ ଉପରେ କୌଣସି କଟକଣା ନାହିଁ । ସମସ୍ତ ହାଲୁକା ଯାନ ପାଇଁ ଶରଧାବାଲି ପାର୍କିଂ, ଜେଲରୋଡ ପାର୍କିଂ ଓ ଜଗନ୍ନାଥବଲ୍ଲଭ ପାର୍କିଂରେ ବ୍ୟବସ୍ଥା ହୋଇଛି। ପୁରୀ ବାସିନ୍ଦାଙ୍କ ପାଇଁ ସବୁଠୁ କମ୍ କଟକଣା ରହିବ ବୋଲି ପୋଲିସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ