Masthead

ଇଡି ଟାର୍ଗେଟରେ ଦୁଇ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ବଢ଼ି ଚାଲିଛି କେଜ୍ରିୱାଲଙ୍କ ଅଡ଼ୁଆ । ଆଜି ପୁଣି ହାଜର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। କିନ୍ତୁ ଅରବିନ୍ଦ କେଜ୍ରିୱାଲ ଇଡି ନିକଟରେ ହାଜର ହେବେ ନାହିଁ। ଆମ୍ ଆଦମୀ ପାର୍ଟିର ଆବାହକ ଅରବିନ୍ଦ କେଜ୍ରିୱାଲ ଇଡିକୁ ଜବାବ ପଠାଇଛନ୍ତି ଯେ ସେ ଆଜି ଇଡି କାର୍ଯ୍ୟାଳୟକୁ ଯିବେ ନାହିଁ ଏବଂ ପଚରାଉଚରାରେ ଯୋଗ ଦେବେ ନାହିଁ। ଆମ୍ ଆଦମୀ ପାର୍ଟି ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଡିସେମ୍ବର ୨୨ରେ ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ଇଡି ଅରବିନ୍ଦ କେଜ୍ରିୱାଲଙ୍କୁ ସମନ କରିଥିଲା। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ପଚରାଉଚରା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କେଜ୍ରିୱାଲଙ୍କୁ ତୃତୀୟ ଥର ଲାଗି ସମନ କରିଛି । ପୂର୍ବରୁ ନଭେମ୍ବର ଓ ଡିସେମ୍ବର ୨୧ରେ ଇଡି ସମନ କରିଥିଲେ। ସେପଟେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହଯୋଗୀଙ୍କ ଘରେ ପ୍ରବର୍ତନ ନିର୍ଦ୍ଦେଶାଳୟର ଚଢ଼ାଉ କରିଛି । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମିଡିଆ ପରାମର୍ଶଦାତା ଅଭିଶେକ ପ୍ରସାଦଙ୍କ ରାଞ୍ଚି ସ୍ଥିତ ଘରେ ଚଢ଼ାଉ କରୁଛି ଇଡି । ଅଭିଶେକ ପ୍ରସାଦଙ୍କ ଘର ସମେତ ୧୨ଟି ଭିନ୍ନ ଭିନ୍ନ ଠିକଣାରେ ଚଢ଼ାଉ କରୁଛି ପ୍ରବର୍ତନ ନିର୍ଦ୍ଦେଶାଳୟ । ମନି ଲଣ୍ଡ୍ରିଂ ମାମଲାରେ ଏହି ଚଢ଼ାଉ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼