Masthead

ବାଂଲାଦେଶରେ ପୁଣି ଶେଖ ହସିନା ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାଂଲାଦେଶରେ ପୁଣି ଶେଖ ହସିନା ସରକାର। ୫ମ ଥର ପାଇଁ ହେବେ ପ୍ରଧାନମନ୍ତ୍ରୀ । ରବିବାର ବାଂଲାଦେଶରେ ୩୦୦ଟି ଆସନ ପାଇଁ ହୋଇଥିବା ସାଧାରଣ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ଶାସକ ଦଳ ଆୱାମୀ ଲୀଗ ଦଳ ୫୦%ରୁ ଅଧିକ ଭୋଟରେ ବିଜୟୀ ହୋଇଛି । ଶେଖ୍ ହସିନା ପଂଚମ ଥର ପାଇଁ ହେବେ ପ୍ରଧାନମନ୍ତ୍ରୀ । ଗୋପାଲଗଂଜର ୩ଟି ସଂସଦୀୟ ଆସନରେ ପୁଣି ଥରେ ବିଜୟ ହାସଲ କରିଛନ୍ତି ପ୍ରଧାନମନ୍ତ୍ରୀ ଶେଖ୍ ହସିନା ।

ଏହି ଆସନଗୁଡ଼ିକରେ ତାଙ୍କୁ ମୋଟ୍ ୨,୪୯୬୫ ଭୋଟ୍ ମିଳିଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ମାତ୍ର ୪୬୯ ଭୋଟ୍ ମିଳିଥିଲା । ଏହି ସାଧାରଣ ନିର୍ବାଚନରେ ୨୭ଟି ରାଜନୈତିକ ଦଳର ୧୫୦୦ରୁ ଉର୍ଦ୍ଧ୍ୱ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ ସେମାନଙ୍କ ବ୍ୟତୀତ ୪୩୬ ଜଣ ସ୍ୱାଧୀନ ପ୍ରାର୍ଥୀ ଥିଲେ । ତେବେ ଏହି ନିର୍ବାଚନରେ ମୁଖ୍ୟ ବିରୋଧୀ ଦଳ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟିର ଖାଲିଦା ଜିୟା ଏହି ନିର୍ବାଚନକୁ ବର୍ଜନ କରିଥିବା ଯୋଗୁଁ ଶେଖ ହସିନା ୫ମ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଜିତିବା ନେଇ ଆଶା କରାଯାଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ