୨ ଦିନରେ ୨ ନିଖୋଜ

ବରଗଡ଼ (ବଡ଼ ଖବର ବ୍ୟୁରୋ): କେନାଲରେ ଭାସି ଦୁଇଦିନରେ ଦୁଇଜଣ ନିଖୋଜ । ଏବେ ବି ସେମାନଙ୍କୁ ଖୋଜୁଛନ୍ତି ଅଗ୍ନିଶମ ବିଭାଗ କର୍ମଚାରୀ। ଗତକାଲି ବରଗଡ ସିଦ୍ଧେଶ୍ୱର ନଗର ଅଞ୍ଚଳର ଅବସରପ୍ରାପ୍ତ ଶିକ୍ଷକ ଜଳନ୍ଧର କଲେତ (୭୦) ବରଗଡ଼ ମୁଖ୍ୟ କେନାଲରେ ଗାଧୋଇବା ସମୟ ଭାସି ଯାଇଥିଲେ । ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେବା ପରେ କର୍ମଚାରୀମାନେ ପ୍ରାୟ ୫ଘଣ୍ଟା ଧରି ଖୋଜିଥିଲେ କିନ୍ତୁ ନିଖୋଜ ଶିକ୍ଷକଙ୍କ ପତ୍ତା ମିଳି ନଥିଲା । ଆଜି ପୁଣି ଜଣେ ସେହି କେନାଲରେ ନିଖୋଜ ହୋଇଯାଇଛନ୍ତି । ନିଖୋଜ ଯୁବକ ହେଲେ ବରଗଡ ତଲିପଡାର ଓମ୍ ପ୍ରକାଶ ଭୋଇ (୨୨) । ସେ ବରଗଡ଼ ମୁଖ୍ୟ କେନାଲର ବରଡୋଲ ନିକଟରେ ଗାଧୋଉଥିବା ବେଳେ ଭାସିଯାଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗ କର୍ମଚାରୀମାନେ ନିଖୋଜ ଯୁବକଙ୍କୁ ଉଦ୍ଧାର ପାଇଁ ଖୋଜା ଖୋଜି ଜାରି ରଖିଛନ୍ତି । ୨ ଦିନରେ ୨ଜଣ କେନାଲରେ ନିଖୋଜ ହେବା ଘଟଣା ସମସ୍ତଙ୍କୁ ଚକିତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!