କ୍ରିକେଟର ମହମ୍ମଦ ସାମିଙ୍କୁ ଅର୍ଜୁନ ସମ୍ମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅର୍ଜୁନ ପୁରସ୍କାର ପାଇବାରେ ଭାରତୀୟ କ୍ରିକେଟର ମହମ୍ମଦ ସାମି ୫୮ ତମ କ୍ରିକେଟର ହୋଇଛନ୍ତି। ଆଜି ତାଙ୍କୁ ଏହି ବଡ କ୍ରୀଡା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଛନ୍ତି। ଅର୍ଜୁନ ପୁରସ୍କାର ପାଇଲେ କ୍ରିକେଟର ମହମ୍ମଦ ସାମି । ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ କ୍ରୀଡା ପୁରସ୍କାର ପ୍ରଦାନ ଉତ୍ସବରେ ତାଙ୍କୁ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଅର୍ଜୁନ ପୁରସ୍କାର ଗ୍ରହଣ କରିଛନ୍ତି ମହମ୍ମଦ ସାମି ।

୨୦୨୩ ବର୍ଷ ପାଇଁ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିବା ବେଳେ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । କ୍ରିକେଟ ଜଗତରେ ପ୍ରଥମ ଥର ପାଇଁ ସଲିମ ଦୁରାନୀ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ପୁରସ୍କାର ପାଇଥିବା ଶେଷ କ୍ରିକେଟର ହେଉଛନ୍ତି ଶିଖର ଧାୱନ। ୨୦୨୧ରେ ଶିଖର ଏହି ସମ୍ମାନ ଗ୍ରହଣ କରିଥିଲେ। ଗତ ବର୍ଷ ଏହି ପୁରସ୍କାର ପାଇଁ କୌଣସି କ୍ରିକେଟର ମନୋନୀତ ହୋଇ ନ ଥିବା ବେଳେ ଏଥର ସାମିଙ୍କୁ ପରସ୍କାର ପ୍ରଦାନ କରାଯାଇଛି। ସାମିଙ୍କ ସହ ଅନ୍ୟ ୨୩ ଖେଳାଳିଙ୍କୁ ମଧ୍ୟ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’