Masthead

ରାଜଧାନୀରେ ୧୫୦ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀରେ କମୁଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ଠାରୁ ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥଙ୍କ ସଂଖ୍ୟା । ଆଜି ଦିନକରେ ରାଜଧାନୀରେ ଭୁବନେଶ୍ୱରରୁ ୧୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୧୮୨ଜଣ କରୋନା ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୪ଜଣ ଚିହ୍ନଟ ହୋଇଥିବା ବେଳେ ୧୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ୨୭୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହିତ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୪୮୧ରେ ପହଞ୍ଚିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୨୫ ହଜାର ୮୯୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୨୪୧୫ଜଣ କରୋନା ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହୋଉଛନ୍ତି । ଅନ୍ୟପଟେ ଭୁବନେଶ୍ୱରରେ ଏଯାବତ୍ ୧୫୦ଜଣଙ୍କର ମୁଣ୍ଡ ନେଇସାରିଲାଣି ମହାମାରୀ କରୋନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ