Masthead

୨୦୨୪ ନିର୍ବାଚନ ଲାଗି ବଢିବ ପ୍ଲାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ବୈଠକରେ ଇଣ୍ଡିଆ ମେଣ୍ଟ ବୈଠକ। ୨୦୨୪ ନିର୍ବାଚନ ଲାଗି ବଢିବ ପ୍ଲାନ । ବିଭିନ୍ନ ଦଳ ମଧ୍ୟରେ ଆସନ ବୁଝାମଣା ନେଇ ବୈଠକରେ ଆଲୋଚନା ହେବ । ନିଜ ନିଜ ରାଜ୍ୟରେ ଆଞ୍ଚଳିକ ଦଳ ଦବଦବା ରଖିବା ଲାଗି ଅଧିକ ଆସନ କଂଗ୍ରେସକୁ ଛାଡିବାକୁ ପ୍ରସ୍ତୁତ ନଥିବାରୁ ସମସ୍ୟା ବଢିବାରେ ଲାଗିଛି । ସେପଟେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି- ତାଙ୍କ ଦଳ ୨୫୫ ଆସନରେ ଲଢେଇ ଲାଗି ନିର୍ଣ୍ଣୟ କରିଛି । ଯଦି ୨୫୫ ଆସନରେ କଂଗ୍ରେସ ଲଢିବ ତେବେ ସ୍ବାଧୀନତା ପରେ ଏହା ହେବ ଦଳ ଲଢୁଥିବା ସବୁଠାରୁ କମ୍ ଆସନ ।

ଅନ୍ୟପଟେ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଓ ବିହାରରେ କଂଗ୍ରେସକୁ ଅଧିକ ଆସନ ଛାଡିବା ଲାଗି ସହଯୋଗୀ ଦଳ ପ୍ରସ୍ତୁତ ନାହାନ୍ତି । ପଶ୍ଚିମବଙ୍ଗରେ କେବଳ ମାଲଦା ଦକ୍ଷିଣ ଓ ବରହମପୁର ଆସନକୁ କଂଗ୍ରେସକୁ ଦେବା ଲାଗି ଟିଏମସି ଚାହୁଁଛି । ଏହାକୁ ନେଇ ଦୁଇ ଦଳ ମଧ୍ୟରେ ବୁଝାବଣା ହୋଇପାରି ନାହିଁ । ସେହିପରି ଉତ୍ତର ପ୍ରଦେଶ ଓ ବିହାରରେ ବି କଂଗ୍ରେସକୁ ଅଧିକ ଆସନ ଛାଡିବା ଲାଗି ରାଜି ନାହାନ୍ତି ସମାଜବାଦୀ ପାର୍ଟି, ଆରଜେଡି ଓ ଜେଡିୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ