Masthead

ସେନା ଗାଡ଼ି ଉପରକୁ ଆତଙ୍କୀଙ୍କ ଆକ୍ରମଣ, ଜୋରଦାର ସର୍ଚ୍ଚ ଅପରେସନ୍ ଜାରି

ଜମ୍ମୁ-କଶ୍ମୀରର (ବଡ଼ ଖବର ବ୍ୟୁରୋ): ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟର କ୍ରିଷ୍ଣା ଘାଟିରେ ଶୁକ୍ରବାର ଆତଙ୍କବାଦୀମାନେ ସୁରକ୍ଷା ବାହିନୀର ଏକ ଗାଡ଼ି ଉପରକୁ ଗୁଳି ଚଳାଇଛନ୍ତି । ଏହି ଘଟଣାରେ ଏପର୍ଯ୍ୟନ୍ତ କେହି ମୃତାହତ ହୋଇନଥିବା ଜଣାପଡିଛି । କିନ୍ତୁ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି । ଆତଙ୍କବାଦୀଙ୍କ ଆକ୍ରମଣ ପରେ ଏହାର ଜବାବ ଦେଇଥିଲେ ଭାରତୀୟ ସେନାର ଯବାନମାନେ। କିଛି ସମୟର ଗୁଳି ବିନିମୟ ପରେ ପଛ ଘୁଞ୍ଚା ଦେଇଥିଲେ ଆତଙ୍କବାଦୀ। ସେମାନେ ସେଠାରୁ ଖସି ପଳାଇ ଯାଇଥିଲେ।

ତେବେ ଜମ୍ମୁ ଓ କଶ୍ମୀର ପୁଲିସ୍ ଏବଂ ସେନା ପକ୍ଷରୁ ମିଳିତ ସର୍ଚ୍ଚ ଅପରେସନ ଜାରି ରଖାଯାଇଛି। ସେନାର ଏକ କନଭୟକୁ ଆତଙ୍କବାଦୀମାନେ ଟାର୍ଗେଟ୍ କରିଥିଲେ, ଯେଉଁଥିରେ ଏକାଧିକ ଗାଡ଼ି ଥିଲା। ବାରମ୍ବାର ଆତଙ୍କବାଦୀ ଆକ୍ରମଣର ମୁକାବିଲା ପାଇଁ ରଣନୀତି ପ୍ରସ୍ତୁତ କରିବା ପାଇଁ ଉତ୍ତର କମାଣ୍ଡର ଜେନେରାଲ ଅଫିସର କମାଣ୍ଡିଂ ଇନ୍ ଚିଫ୍ ଲେଫ୍ଟନାଂଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସମେତ ଉଚ୍ଚପଦସ୍ଥ ଅଧିକାରୀମାନେ ପୁଞ୍ଚରେ ଥିବା ବେଳେ ସେନା ଗାଡ଼ି ଉପରକୁ ଏହି ଆକ୍ରମଣ ହୋଇଛି । ଗତ କିଛି ସପ୍ତାହ ମଧ୍ୟରେ ଏହା ହେଉଛି ସେନା ଉପରେ ଦ୍ୱିତୀୟ ଆକ୍ରମଣ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର