ଅଙ୍କୁର ପୂଜନ ସହ ଆଜି ତୋରଣ ଓ ଧ୍ବଜା ସ୍ଥାପନ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ଚାଲିଛି ଆଦ୍ୟପୂଜା । ଗତକାଲି ଅଙ୍କୁର ପୂଜନ ସହ ମଣ୍ଡପ ସ୍ଥାପନ କରାଯାଇଥିଲା । ଆଜି ଧ୍ବଜା ଓ ତୋରଣ ସ୍ଥାପନ କରାଯିବ । ଆସନ୍ତାକାଲି ମକର ସଂକ୍ରାନ୍ତିଠାରୁ ଆରମ୍ଭ ହେବ ମହାଯଜ୍ଞ । ଯଜ୍ଞ ମଣ୍ଡପର ଚାରି ଦ୍ୱାରରେ ବେଦପାଠ ପାଇଁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ହୋଇଛି ମଣ୍ଡପ । ଏଠାରେ ୬୦ଜଣ ବିଦ୍ୟାର୍ଥୀ ବେଦପାଠ କରିବେ । ଜିଲ୍ଲାପାଳ, ଅନ୍ୟ ଅଧିକାରୀମାନଙ୍କ ସହ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଗତକାଲି ୪୮ ଜଣ ଶୋତ୍ରୀୟ ବ୍ରାହ୍ମଣ, ଆଚାର୍ଯ୍ୟ, ରାଜଗୁରୁ ଓ ପଣ୍ଡିତଙ୍କ ଉପସ୍ଥିତିରେ ହୋଇଥିଲା ଅଙ୍କୁର ପୂଜନ ନୀତି । ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବା ପରେ ପୂଜା କାର୍ୟ୍ୟ ପାଇଁ ୪୮ ଜଣ ଶୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରିଥିଲେ ପ୍ରଧାନ ଆଚାର୍ଯ୍ୟ । ରାଜଗୁରୁଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆରମ୍ଭ ହୋଇଥିଲା ଯଜ୍ଞ ପାଇଁ ଆଦ୍ୟପୂଜା । ସେପଟେ ଯଜ୍ଞ ପୂର୍ବରୁ ପୁରୀରେ ବଢିବାରେ ଲାଗିଛି ଶ୍ରଦ୍ଧଳୁଙ୍କ ଭିଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ