Masthead

ବରଗଡ଼ ପାଲଟିବ ମଥୁରା ନଗରୀ, ଆଜିଠୁ ଆରମ୍ଭ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ (ବଡ଼ ଖବର ବ୍ୟୁରୋ): ଦୁଲୁକିବ ବିଶ୍ୱର ସବୁଠୁ ବଡ଼ ମୁକ୍ତାକାଶ ରଙ୍ଗମଞ୍ଚ । ଆଜିଠୁ ବରଗଡ଼ ପାଲଟିବ ମଥୁରା ନଗରୀ, ଅମ୍ବାପଲ୍ଲୀ ହେବ ଗୋପପୁର । ୧୧ ଦିନ ଚାଲିବ କଂସ ମହାରାଜଙ୍କ ରାଜୁତି । ଆଜିଠୁ ଆରମ୍ଭ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା, ବରଗଡ଼ ପାଲଟିବ ମଥୁରା ନଗରୀ, ଅମ୍ବାପାଲି ହେବ ଗୋପପୁର । ଜିରା ନଦୀ ପାଲଟିଯିବ ଯମୁନା, ଆଉ ବରଗଡ଼ ସହରବାସୀ ପାଲଟିଯିବେ ଜଣେ ଜଣେ କଳାକାର । ଗଣତନ୍ତ୍ରର ଶାସନ ଭିତରେ ୧୧ଦିନ ଧରି ଚାଲିବ ମହାରାଜ କଂସଙ୍କ ପ୍ରତିକାତ୍ମକ ରାଜତନ୍ତ୍ର । ଧନୁଯାତ୍ରା ପାଇଁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ପୁରା ବରଗଡ଼ ସହର ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ।

୧୧ଦିନ ଧରି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଂଚରେ ଦ୍ୱାପର ଯୁଗର କୃଷ୍ଣ ଲୀଳାର ଝଲକ ଦେଖିବାକୁ ମିଳିବ, କାରଗାରରେ ଜନ୍ମଠାରୁ ନେଇ ଲୀଳାଖେଳା ଏବଂ କଂସ ବଦ୍ଧକୁ ନେଇ ୧୧ଦିନ ଧରି ଚାଲିବ ବିଭିନ୍ନ କାର୍ୟ୍ୟକ୍ରମ । ୮କିଲୋମିଟର ପରିଧି ମଧ୍ୟରେ ରାଜଦରବାର, ରଙ୍ଗମହଲ ଏବଂ ନନ୍ଦ ରାଜାଙ୍କ ଦରବାର ସମେତ ୧୦ଟି ସ୍ଥାନରେ ଧନୁଯାତ୍ରା ଅନୁଷ୍ଠିତ ହେବ । ପ୍ରଥମ ଦିନରେ ଦେବକୀ-ବସୁଦେବ ବିବାହ , ଦୈବବାଣୀ, ଉଗ୍ରସେନକୁ ଗାଦିଚ୍ୟୁତ କରି ଆରମ୍ଭ ହେବ କଂସ ମହାରାଜାଙ୍କ ରାଜୁତି । ୧୧ଦିନ ଧରି ଚାଲିବାକୁ ଥିବା ଧନୁଯାତ୍ରାରେ ମେଳା ମହୋତ୍ସବ ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ଦେଖିବାକୁ ମିଳିବ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି