Masthead

ମୋବାଇଲରେ ଗପିବା କି ନିଶା, ବାପା ମାଆଙ୍କୁ ହାଣିଲା ଝିଅ

ସୋର (ବଡ଼ ଖବର ବ୍ୟୁରୋ): ମୋବାଇଲରେ କଥା ହେବାକୁ ବାରଣ କରିବାରୁ ଝିଅର ପନିକି ଚୋଟରେ ବାପା ମାଆ ଗୁରୁତର।ଏଭଳି ଅଭାବନୀୟ ଘଟଣା ଘଟିଛି ସୋର ଥାନା ସରସଙ୍ଖ ପଂଚାୟତ ହାତିଗଡ଼ିଆ ଗ୍ରାମରେ । ମୋବାଇଲରେ ବାରମ୍ବାର କଥା ହେବାକୁ ବାରଣ କରିବାରୁ ଝିଅର ପନିକି ଚୋଟରେ ବାପା ମା ଗୁରୁତର ଭାବେ ଆହତ ହୋଇଛନ୍ତି। ଗ୍ରାମର ରଞ୍ଜିତ ସିଂ ଓ ତାଙ୍କ ସ୍ତ୍ରୀ ବୁଦୁନି ସିଂ ରାତିରେ ଖାଇବାକୁ ବସିଥିବା ବେଳେ ତାଙ୍କ ବଡ ଝିଅ କୁନି ସିଂ ମୋବାଇଲରେ କଥା ହେଉଥିବାରୁ ମାଆ ତାଙ୍କ ଉପରେ ବିରକ୍ତି ହୋଇଥିଲେ ।

ବାରମ୍ବାର ମୋବାଇଲରେ କଥା ହେବାକୁ ବାରଣ କରିଥିଲେ । ଏଥିରେ ଉତକ୍ଷିପ୍ତ ହୋଇ କୁନି ତାଙ୍କୁ ଏକ ପନିକିରେ ଆକ୍ରମଣ କରିଥିଲେ । ପରେ ସ୍ତ୍ରୀକୁ ବଞ୍ଚାଇବାକୁ ଯାଇଥିବା ରଞ୍ଜିତ ମଧ୍ୟ ଝିଅର ପନିକି ଚୋଟର ଶିକାର ହୋଇ ଗୁରୁତର ଭାବେ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖନାରେ ଭର୍ତ୍ତି କରିଥିବା ବେଳେ ସେଠାରେ ରଞ୍ଜିତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି