Masthead

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଆଫଗାନିସ୍ତାନ ଶେଷ ଟି-୨୦ । ସିରିଜ୍ ମୂଳପୋଛ ଲକ୍ଷ୍ୟରେ ରୋହିତ ବାହିନୀ । ପୂର୍ବରୁ ସିରିଜ୍‌ ଜିତି ସାରିଥିବା ବେଳେ ଭାରତ ଏହି ମ୍ୟାଚ୍‌ ଜିତି କ୍ଲିନ୍‌ ସୁଇପ୍‌ କରିବାକୁ ପ୍ରୟାସ କରିବ। ଏହାସହିତ ସଞ୍ଜୁ ସାମସନ୍‌, କୁଲଦୀପ୍‌ ଯାଦବ ଓ ଆଭେଶ୍‌ ଖାନ୍‌ଙ୍କ ପରି ଖେଳାଳିଙ୍କୁ ଏହି ମ୍ୟାଚ୍‌ରେ ସୁଯୋଗ ମିଳିବାର ସମ୍ଭାବନା ରହିଛି। ଜୁନ୍‌ରେ ଟି୨୦ ବିଶ୍ୱକପ୍‌ ପୂର୍ବରୁ ଏହା ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌ ରହିଥିବା ବେଳେ ଭାରତ ନିଜର ବେଞ୍ଚ ଷ୍ଟ୍ରେନ୍ଥ ପରୀକ୍ଷା ନିଶ୍ଚୟ କରିବାକୁ ଚାହିଁବ।

କିନ୍ତୁ ଏହି ସିରିଜ ପରେ ଆଇପିଏଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଖେଳାଳିଙ୍କ ପ୍ରଦର୍ଶନ ବେଶ ଗୁରୁତ୍ୱ ବହନ କରୁଛି । ସେହିପରି ଗତ ମ୍ୟାଚରେ ୨୦୦ ଟି-୨୦ ୱିକେଟ ପୂରଣ କରିଥିବା ଅକ୍ଷର ପଟେଲଙ୍କୁ ମଧ୍ୟ ଶେଷ ମ୍ୟାଚରେ ସୁଯୋଗ ମିଳିପାରେ । ଶେଷ ମ୍ୟାଚ ଜିତି ସମ୍ମାନ ବଞ୍ଚାଇବା ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବାକୁ ରଣନୀତି ପ୍ରସ୍ତୁତ କରିଛି ଆଫଗାନିସ୍ତାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ