Masthead

ନିଆଳି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନିଆଳି (ବଡ଼ ଖବର ବ୍ୟୁରୋ): ନିଆଳି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ବରିଷ୍ଠ ନେତା ପଞ୍ଚାନନ କାନୁନଗୋ ନିଆଳି ଯାଇ କଲେ ଘୋଷଣା । ନିଆଳି ପାଇଁ ଜ୍ୟୋତି ରଞ୍ଜନ ମଲ୍ଲିକଙ୍କ ନାଁ ଘୋଷଣା କଲା କଂଗ୍ରେସ । କଟକ ଜିଲ୍ଲା ନିଆଳି ନଖରା  ନୂଆଗାଁ ସ୍ଥିତ ପ୍ରାଚୀ ମଣ୍ଡପ ଠାରେ ଆୟୋଜିତ ହୋଇଯାଇଛି କଂଗ୍ରେସର ଏକତା ସମାବେଶ । ଏହି ସମାବେଶରେ ୨୦୨୪ ନିର୍ବାଚନ ପାଇଁ ନିଆଳି ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ପୂର୍ବତନ ଅର୍ଥ ମନ୍ତ୍ରୀ ପଞ୍ଚାନନ କାନୁନଗୋ ବର୍ତ୍ତମାନ ନିଆଳି ନୂଆଗାଁ ପଞ୍ଚାୟତ ସରପଞ୍ଚ ଜ୍ୟୋତିରଞ୍ଜନ ମଲ୍ଲିକଙ୍କ ନାମ ଘୋଷଣା କରିଛନ୍ତି ।

ପୂର୍ବତନ ବିଧାୟକ ରବୀନ୍ଦ୍ର ମଲ୍ଲିକ , ସଧାରଣ ସମ୍ପାଦକ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଶଶିକାନ୍ତ ଲେଙ୍କା, ନିଆଳି କଂଗେସ ବ୍ଲକ ସଭାପତି ସୌଭାଗ୍ୟ ରଞ୍ଜନ ବସ୍ତିଆ, କେଦାରନାଥ ସାହୁଙ୍କ ସମେତ ଅନେକ କର୍ମକର୍ତ୍ତା ତାଙ୍କୁ ସହମତ ଜଣାଇଥିଲେ । ଉପସ୍ଥିତ ଥିବା ଅନେକ କଂଗ୍ରେସ ପ୍ରେମୀଙ୍କ ମଧ୍ୟରେ ଖୁସି ମୁହୂର୍ତ୍ତ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ