Masthead

ନିଜ ହାତରେ ୨ ଶିଶୁଙ୍କୁ ମାରିଦେଲା ମାଆ!

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ସୈତାନ ସାଜିଲା ମାଆ । ନିଜ ହାତରେ ମାରିଦେଲା ଜନ୍ମକଲା ଛୁଆକୁ । ଏଭଳି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ବସଲା ପଞ୍ଚାୟତ ମୁଣ୍ଡାଢିପ ଗ୍ରାମରେ । ତିନି ମଙ୍କସର ଯାଆଁଳା ଛୁଆଙ୍କୁ କୂଅରେ ପକାଇ ମାରିଦେଇଥିବା ପରିବାର ଲୋକଙ୍କ ଅଭିଯୋଗ । ହେଲେ ମା’ କାହିଁକି ନିଜ ଦୁଇ ପିଲାଙ୍କୁ ହତ୍ୟା କଲା ସେନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନାହିଁ । ପୋଲିସ ଏନେଇ ଅଧିକ ତଦନ୍ତି ଜାରି ରଖିଛି । ଗତକାଲି ରାତିରେ ଅନୁଗୁଳ ବସଲା ପଞ୍ଚାୟତ ମୁଣ୍ଡାଢିପ ସାହିରେ କୂଅରେ ଦୁଇ ଯାଆଁଳା ଶିଶୁଙ୍କ ମୃତଦେହ ମିଳିଥିଲା । ମୁଣ୍ଡାଢିପ ସାହିର ସୁନୀଲ ସାହୁ ଓ ତପସ୍ୱିନୀ ସାହୁଙ୍କ ଶିଶୁ କନ୍ୟା ଓ ଶିଶୁ ପୁତ୍ରର ମୃତଦେହ ଘର ପଛପଟ କୂଅ ଭିତରେ ମିଳିଲା । କିଏ ଓ କାହିଁକି ଶିଶୁ ଦୁଇଟିଙ୍କୁ କୂଅରେ ପକାଇଲା ବୋଲି ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା