ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସାମ୍ନାକୁ ଆସିଲା ରାମଲାଲାଙ୍କ ମୂର୍ତ୍ତିର ପ୍ରଥମ ଝଲକ

 

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସାମ୍ନାକୁ ଆସିଲା ରାମଲାଲାଙ୍କ ପ୍ରଥମ ଝଲକ । ଜାନୁଆରୀ ୨୨ ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପୂର୍ବରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭଗବାନ ରାମଙ୍କ ମୂର୍ତ୍ତିର ପ୍ରଥମ ଝଲକ ଏବେ ସାମ୍ନାକୁ ଆସିଛି। ଗୁରୁବାର ରାତିରେ ରାମଲାଲା ମୂର୍ତ୍ତିର ପ୍ରଥମ ଝଲକ ପ୍ରକାଶ ପାଇଛି। ଏହି ପ୍ରତିମାକୁ ଗର୍ଭଗୃହରେ ରଖାଯାଇଛି।ପ୍ରାଣ ପ୍ରତିଷ୍ଠା ପାଇଁ ରୀତିନୀତି ଜାନୁଆରୀ ୧୬ ରୁ ଆରମ୍ଭ ହୋଇଛି। ଜାନୁୟାରୀ ୧୭ (ବୁଧବାର) ଦିନ ପବିତ୍ର ମନ୍ଦିରରେ ସ୍ଥାପନ ହେବାକୁ ଥିବା ୨୦୦ କିଲୋଗ୍ରାମ ଓଜନର ରାମଲାଲାର ନୂତନ ପ୍ରତିମା ଗତକାଲି ଜନାଭୁମି ମନ୍ଦିର ପରିସରକୁ ଅଣାଯାଇ ଗୁରୁବାର ପବିତ୍ର ଗର୍ଭଗୃହରେ ରଖାଯାଇଛି।

ଏହାପୂର୍ବରୁ ମନ୍ଦିର ପରିସରରେ ରାମ ଲାଲାଙ୍କ ପ୍ରତିମାକୁ ନେଇ ମନ୍ଦିର ଚାରି ପାଖରେ ପରିକ୍ରମା କରିବାର ଯୋଜନା ଥିଲା, କିନ୍ତୁ ପ୍ରତିମାଙ୍କ ଓଜନ ହେତୁ ରାମ ଲାଲାର ୧୦ କିଲୋଗ୍ରାମ ରୂପା ପ୍ରତିମାକୁ ପରିକ୍ରମାରେ ନିଆଯାଇଥିଲା। ଆସନ୍ତା ୨୨ ତାରିଖ ଅପରାହ୍ନ ୧୨ଟା ୩୦ ମିନିଟରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୬୦୦୦ ବ୍ୟକ୍ତିବିଶେଷ ଅଂଶଗ୍ରହଣ କରିବେ। ଯେଉଁଥିରେ ୪୦୦୦ ସାଧୁ ମଧ୍ୟ ସାମିଲ ଅଛନ୍ତି।ସେପଟେ ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ପୂର୍ବରୁ ଚାଲିଛି ଧାର୍ମିକ ରୀତିନୀତି। ଆଜି ସକାଳେ ଔଷଧାଧିବାସ, କେଶରାଧିବାସ, ଘୃତାଧିବାସ ନାତି ଥିବା ବେଳେ ସଂଧ୍ୟାରେ ଧ୍ୟାନାଧିବାସ ନୀତି ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ