Masthead

ସ୍କୁଟି-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୪ ଜଣଙ୍କ ଜୀବନ

ସୋରଡା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ସୋରଡା ଥାନା ବରାଡି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ୪ ମୃତ। ବରାଡି ନିକଟ ଡ୍ରାଫ ଠାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। । ମୃତକମାନେ ସୋରଡା, ଅସୁରବନ୍ଧ ଓ ଦୁଲାଡ ଗାଁର । ସୂଚନା ମୁତାବକ ଏକ ସ୍କୁଟି ଯୋଗେ ଅସୁରବନ୍ଧ ଠାରୁ ସୋରଡା ଅଭିମୁଖେ ବିଦୂତ ବିଭାଗ ର ୩ ଜଣ କର୍ମଚାରୀ ଆସୁଥିବା ବେଳେ ବିପରୀତ ଦିଗରୁ ୩ ଜଣ ଗୋଟିଏ ବାଇକରେ ଯାଉଥିବା ବେଳେ ବରାଡି ନିକଟରେ ମୁହାମୁହିଁ ଧକ୍କା ହୋଇଥିଲା ।

ଖବର ପାଇ ସୋରଡା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋରଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ୪ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଅନ୍ୟ ଦୁଇ ଜଣଙ୍କୁ ପ୍ରାଥମିକ ଚିକିତ୍ସା ଦିଆଯିବା ପରେ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ