ପୋଲିସ, ସାମ୍ବାଦିକଙ୍କୁ ଛେଚିଲେ

ଭଦ୍ରକ, (ବଡ଼ ଖବର ବ୍ୟୁରୋ): ଭଦ୍ରକରେ ଦିନକୁ ଦିନ ବଢିବାରେ ଲାଗିଛି ନକଲି ଜର୍ଦ୍ଦା କାରବାର । ଏହି କାରବାର ଜିଲ୍ଲା ପ୍ରଶାସନର ଚିନ୍ତା ବଢାଇଦେଇଛି । ଅସାଧୁ ବ୍ୟବସାୟ ଉପରେ ରୋକ ଲଗାଇବା ପାଇଁ ଚଢଉ ମଧ୍ୟ ଜାରି ରହିଛି । ଚଢଉ ସମୟରେ ପୋଲିସ ଓ ସାମ୍ବାଦିକଙ୍କୁ ମାଡ ମରାଯାଇଥିବା ଅଭିଯୋଗ ହୋଇଛି । ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ହେଲାସାହିରେ ଘଟିଛି ଘଟଣା ।

ଖବର ଅନୁଯାୟୀ, ହେଲାସାହିରେ ନକଲି ଜର୍ଦ୍ଦା କାରବାର ଚାଲିଥିବାର ପୋଲିସକୁ ସୂଚନା ମିଳିଥିଲା । ସଂଗେ ସଂଗେ ଚଢଉ କରିଥିଲା ପୋଲିସ । ଜବତ ହୋଇଥିଲା ନକଲି ଜର୍ଦ୍ଦା ଓ ସେଥିରେ ବ୍ୟବହୃତ ସାମଗ୍ରୀ । ଏହି ଅସାଧୁ କାରବାରକୁ ସମର୍ଥନ କରୁଥିବା କିଛି ସ୍ଥାନୀୟ ଲୋକ ପୋଲିସର କାର୍ଯ୍ୟାନୁଷ୍ଠାନ ସହଜରେ ଗ୍ରହଣ କରିପାରି ନଥିଲେ । ସେମାନେ ଉତ୍ତ୍ୟକ୍ତ ହୋଇ ପୋଲିସ ଗାଡ଼ିକୁ ଧକ୍କା ମାରିବା ସହ କର୍ମଚାରୀଙ୍କୁ ମାଡ଼ ମାରିଥିଲେ । ଏ ସମ୍ପର୍କରେ ଖବର ପାଇ ଗଣମାଧ୍ୟମ ପ୍ରତିନିଧି ଘଟଣାସ୍ଥଳକୁ ଖବର ସଂଗ୍ରହ ପାଇଁ ଯାଇଥିଲେ । କିନ୍ତୁ ସ୍ଥାନୀୟ ଲୋକ ସାମ୍ବାଦିକଙ୍କୁ ମାଡ଼ ମାରିଥିଲେ । ଏପରିକି ମୋବାଇଲ ଭାଙ୍ଗିବା ସହ ବୁମ୍‌ ଓ ବ୍ୟାଗ୍‌ ଛଡାଇ ନେଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ