ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ଗୁରୁତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର । କଟକ ନିକଟ ମଙ୍ଗୁଳି ଛକରେ ଘଟିଛି ଦୁର୍ଘଟଣା । ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ୱାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି । ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଚୌଦ୍ୱାର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସୁଧାକର ବସନ୍ତଙ୍କୁ ଉଦ୍ଧାର କରିଥିଲା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ କାର୍‌ କାଟି ସୁଧାକରଙ୍କୁ ଉଦ୍ଧାର କରିଥିଲା ଅଗ୍ନିଶମ ବାହିନୀ ।

ପରେ ଗୁରୁତର ଅବସ୍ଥାରେ ସୁଧାକରଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି । ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକକୁ ତାଙ୍କ ଗାଡି ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ, ତାଙ୍କ ଗାଡିଟି ପୂରା ଭାଙ୍ଗି ଯାଇଛି । ଚଣ୍ତିଖୋଲ ପଟୁ କଟକ ଆସୁଥିଲା ସୁଧାକର ବସନ୍ତଙ୍କ କାର୍‌ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!