Masthead

୨୯ରୁ ଆନ୍ଦୋଳନକୁ ଓହ୍ଲାଇବେ ଦେଢ଼ ଲକ୍ଷ ଶିକ୍ଷକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆନ୍ଦୋଳନର ଡାକରା ଦେଲା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ । ଦାବି ପୁରଣ ନହେଲେ ଜାନୁଆରୀ ୨୯ରୁ ଜୋରଦାର ଆନ୍ଦୋଳନ । ସାରା ରାଜ୍ୟରେ ପ୍ରାୟ ଦେଢ଼ ଲକ୍ଷ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ରାଜ୍ୟ ସଭାପତି ବ୍ରହ୍ମାନନ୍ଦ ମହାରଣା । ପୂର୍ବରୁ ୩ ଦଫା ଦାବି ନେଇ ଆନ୍ଦୋଳନ କରିଥିଲା ସଂଘ । ଲକ୍ଷାଧିକ ଶିକ୍ଷକ ୨୦୨୨ ନଭେମ୍ବରରେ ଚାରିଦିନ ଧରି ଆନ୍ଦୋଳନ କରିଥିଲେ । ସେତେବେଳେ ଦାବିପୂରଣ କରାଯିବ ବୋଲି ସରକାରଙ୍କ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନରୁ ହଟିଥିଲେ ଶିକ୍ଷକ । ଗତବର୍ଷ ଡିସେମ୍ବର ସୁଦ୍ଧା ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦିଆଯାଇଥିଲା ବୋଲି ସେ କହିଛନ୍ତି । ହେଲେ ଏପର୍ଯ୍ୟନ୍ତ ଦାବି ପୂରଣ ହେଲା ନାହିଁ, ସେଥିପାଇଁ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ