ବର୍ଷା ସାଙ୍ଗକୁ ଶୀତ..ଓଃ କି କୋହଲା ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଦିନିଆ ବର୍ଷା ସାଙ୍ଗକୁ କୋହଲା ପାଗ। ଥରୁଛି ପୂରା ରାଜ୍ୟ, ଅସ୍ତବ୍ୟସ୍ତ ଜନଜୀବନ। ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା। ଦିନରେ ତାପମାତ୍ରା ୧୧ ଡିଗ୍ରି ପର୍ଯ୍ୟନ୍ତ ଖସି ଆସିଥିବା ବେଳେ ରାତିରେ କିନ୍ତୁ ସେତେଟା ଫରକ ପଡିନି । ୧୧ଟି ପାଣିପାଗ କେନ୍ଦ୍ରରେ ସର୍ବାଧିକ ତାପମାତ୍ରା ୨୦ ଡିଗ୍ରି ତଳକୁ ଖସି ଆସିଛି । ଗତକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୨ ଜିଲ୍ଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଥିଲା ପାଣିପାଗ ବିଭାଗ।

ସେହିପରି ଆଜି ପାଇଁ ୧୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ସହ ଦିନ ତାପମାତ୍ରା ସାମାନ୍ୟ ବଢ଼ିବ। ରାତି ତାପମାତ୍ରା କିନ୍ତୁ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ କମ୍ ରହିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଆସନ୍ତାକାଲିଠୁ ପାଗରେ ପରିବର୍ତନ ଆସିବା ସମ୍ଭାବନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’