Masthead

ବର୍ଷା ସାଙ୍ଗକୁ ଶୀତ..ଓଃ କି କୋହଲା ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଦିନିଆ ବର୍ଷା ସାଙ୍ଗକୁ କୋହଲା ପାଗ। ଥରୁଛି ପୂରା ରାଜ୍ୟ, ଅସ୍ତବ୍ୟସ୍ତ ଜନଜୀବନ। ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା। ଦିନରେ ତାପମାତ୍ରା ୧୧ ଡିଗ୍ରି ପର୍ଯ୍ୟନ୍ତ ଖସି ଆସିଥିବା ବେଳେ ରାତିରେ କିନ୍ତୁ ସେତେଟା ଫରକ ପଡିନି । ୧୧ଟି ପାଣିପାଗ କେନ୍ଦ୍ରରେ ସର୍ବାଧିକ ତାପମାତ୍ରା ୨୦ ଡିଗ୍ରି ତଳକୁ ଖସି ଆସିଛି । ଗତକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୨ ଜିଲ୍ଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଥିଲା ପାଣିପାଗ ବିଭାଗ।

ସେହିପରି ଆଜି ପାଇଁ ୧୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ସହ ଦିନ ତାପମାତ୍ରା ସାମାନ୍ୟ ବଢ଼ିବ। ରାତି ତାପମାତ୍ରା କିନ୍ତୁ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ କମ୍ ରହିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଆସନ୍ତାକାଲିଠୁ ପାଗରେ ପରିବର୍ତନ ଆସିବା ସମ୍ଭାବନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ