Masthead

ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ପୌଷପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ପୂର୍ବଦିନରୁ ଅର୍ଥାତ ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ।

ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ମସ୍ତକରେ କିରିଟ,ପାଦରେ ଶ୍ରୀପୟର, ହାତରେ ଶ୍ରୀଭୂଜ, ହରିଡାମାଳ, ବାହାଡା ମାଳ, ସେବତୀମାଳ, ଆଡକାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ରାଜାରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ୍ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା