Masthead

ଗଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସାରା ଭାରତ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୭୫ତମ ଗଣତନ୍ତ୍ର ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ‘ଦେଶର ଉନ୍ନତି ପାଇଁ କର୍ତ୍ତବ୍ୟ ସଂପାଦନ କରିବାକୁ ହେବ । ସମ୍ୱିଧାନର ପ୍ରସ୍ତାବନା ଭାରତବାସୀଙ୍କ ଠାରୁ ଆରମ୍ଭ ହେଉଛି। ଏହି ଶବ୍ଦ ଆମ ସମ୍ୱିଧାନର ମୂଳ ଭାବନାକୁ ରେଖାଙ୍କିତ କରୁଛି। ଦେଶ ସ୍ୱାଧୀନତାର ଶତାବ୍ଦୀ ଆଡ଼କୁ ଅଗ୍ରସର ହୋଇ ଅମୃତ କାଳର ପ୍ରାରମ୍ଭିକ ପର୍ଯ୍ୟାୟ ଦେଇ ଯାଉଛି।’ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରକୁ ସମ୍ୱୋଧିତ କରି କହିଛନ୍ତି ଯେ ଦେଶର ବୈଜ୍ଞାନିକ, ପ୍ରଯୁକ୍ତି ବିଶେଷଜ୍ଞ ପୂର୍ବାପେକ୍ଷା ବହୁ ଉଚ୍ଚ ଲକ୍ଷ୍ୟ ହାସଲ କରୁଛନ୍ତି।

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ଏକ କ୍ରାନ୍ତିକାରୀ ପଦକ୍ଷେପ ବୋଲି କହିଛନ୍ତି ରାଷ୍ଟ୍ରପତି। ସେ କହିଛନ୍ତି ଯେ ନାରୀ ଶକ୍ତି ବନ୍ଦନ ଅଧିନିୟମ ମହିଳା ସଶକ୍ତିକରଣ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି। ଏହା ଆମର ଶାସନ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛଳ କରିବାରେ ସହଯୋଗ କରିବ। ଭାରତକୁ ଲୋକତନ୍ତ୍ରର ଜନନୀ କୁହାଯାଏ । ମିଶନ ଆଦିତ୍ୟ ଏଲୱାନ, ମିଶନ ଚନ୍ଦ୍ରଯାନ ପରି ମହାକାଶରେ ସଫଳତା ଦେଶର ଆତ୍ମବିଶ୍ୱାସକୁ ବଢ଼ାଉଛି । ଏଥିସହ ଜି ୨୦ ସମ୍ମିଳନୀ, ରାମମନ୍ଦିର ନିର୍ମାଣ ଦେଶର ବଡ ଉପଲବ୍ଧି ଓ ସଫଳତା ବୋଲି କହିଛନ୍ତି ରାଷ୍ଟ୍ରପତି । ଦେଶକୁ ନୂଆ ଉଚ୍ଚରେ ନେବାରେ ଆମକୁ ସୁଯୋଗ ମିଳିଛି । ବିକଶିତ ଭାରତ ଗଢ଼ିବା ଦେଶବାସୀଙ୍କ ଦାୟିତ୍ୱ । ନ୍ୟାୟିକ ପ୍ରକିୟା ଉପରେ ଦେଶବାସୀଙ୍କ ପ୍ରଗାଢ଼ ବିଶ୍ୱାସ ରହିଛି ।

ଏଥିସହ ଆଗାମୀ ଅଲମ୍ପିକ୍ସ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ।ଏହା ସହ ଗଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶ ଓ ରାଜ୍ୟର ମହାନ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଦେଶ ପାଇଁ ସହିଦ ଯବାନମାନଙ୍କୁ ସମ୍ମାନ ଜଣାଇଛନ୍ତି । କହିଛନ୍ତି ଯେ, ‘ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷ ବୋଷଙ୍କ ଦେଶ । ମାଆମାନେ କେବଳ ପରିବାର ନୁହେଁ, ଆମ ସମାଜର ଶକ୍ତି । ମିଶନ ଶକ୍ତି ୭୦ ଲକ୍ଷ ମାଆଙ୍କୁ ବିକାଶର ଭାଗୀଦାର କରିଛି । ସମସ୍ତଙ୍କ ସହଯୋଗରେ ଆମେ ନୂଆ ଓଡ଼ିଶା ଗଢ଼ିବା । ଆମ ଓଡ଼ିଶା ହେବ ଶ୍ରେଷ୍ଠ ଓଡ଼ିଶା, ସଶକ୍ତ ଓଡ଼ିଶା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼