ଟ୍ରକକୁ ପିଟିଲା ଟ୍ରକ, ୨ମୃତ

ଛେଣ୍ଡିପଦା, (ବଡ଼ ଖବର ବ୍ୟୁରୋ): ରବିବାର ସକାଳୁ ସକାଳୁ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳରେ ଚାଲିଯାଇଛି ଦୁଇ ଜୀବନ । ଅନୁଗୁଳ ଜିଲ୍ଲା ଜରଡ଼ାପଡା ଥାନା ଅଞ୍ଚଳରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୫୫ ନମ୍ବର ଜାତୀୟ ରାଜପଥ ଭାଗୀରଥିପୁର ନିକଟସ୍ଥ ନିୟୁ ତପୋବନ ଢାବା ସମ୍ମୁଖରେ ଦୁର୍ଘଟଣା ଘଟିଛି । ଜାତୀୟ ରାଜପଥର ସଂପ୍ରସାରଣ କାର୍ୟ୍ୟ ଚାଲୁଥିବା ବେଳେ ରାସ୍ତାରେ କୋଇଲା ବୋଝେଇ ଟ୍ରକ ଛିଡା ହୋଇଥିଲା । ୨୨ ଚକିଆ ଟ୍ରକଟି କୋଇଲା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଗାଡିରେ ଚାପି ହୋଇ ଘଟଣାସ୍ଥଳରେ ଚାଳକ ଓ ଖଲାସିଙ୍କର ମୃତ୍ୟୁ ହୋଇଛି । ଖବର ପାଇ ଜରପଡା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଗାଡି ଭିତରୁ ଉଦ୍ଧାର କରିଥିଲେ । ଡ୍ରାଇଭର ଓ ଖଲାସୀଙ୍କ ପରିଚୟ ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ