https://youtu.be/uQRFf_lWJso
ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଆଜି ରାଜଧାନୀରେ ଦେଖାଦେଇଛି ଘନ କୁହୁଡ଼ି । କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା କମ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାସହ ଫେବ୍ରୁଆରୀ ପହିଲାରୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୧ ତାରିଖରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜର ସ୍ୱଳ୍ପ ବର୍ଷା ହୋଇପାରେ । ସେହିପରି ୨ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଂଜର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।