Masthead

ମୁଖ୍ୟମନ୍ତ୍ରୀ ଭାବେ ସନ୍ଧ୍ୟାରେ ଶପଥ ନେବେ ନୀତୀଶ କୁମାର

ବିହାର (ବଡ଼ ଖବର ବ୍ୟୁରୋ): ବିହାର ରାଜନୀତି ଉପରେ ଏବେ ସାରା ଦେଶର ନଜର । ବିହାର ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାର ଇସ୍ତଫା ଦେଇସାରିଛନ୍ତି। ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର । ତାଙ୍କ ସହ ଶପଥ ନେବେ ୯ ମନ୍ତ୍ରୀ । JDU ଓ ବିଜେପିରୁ ୩ ଜଣ ଲେଖାଏଁ ଶପଥ ନେବେ । HAMରୁ ଜଣେ ଓ ଜଣେ ସ୍ବାଧୀନ ବିଧାୟକ ନେବେ ଶପଥ । ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପ୍ରେମ କୁମାର, ଶ୍ରବଣ କୁମାର, ସନ୍ତୋଷ କୁମାର ସୁମନ ଶପଥ ନେବେ । ବିଜେନ୍ଦ୍ର ଯାଦବ, ସୁମିତ କୁମାର ସିଂ ମନ୍ତ୍ରୀ ଭାବେ ଶପଥ ନେବେ । ବିଜୟ ସିହ୍ନା ଏବଂ ପଛୁଆ ଜାତିର ସମ୍ରାଟ ଚୌଧୁରୀଙ୍କୁ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ସମ୍ରାଟ ଚୌଧୁରୀଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ କରାଯାଇଥିବା ବେଳେ ବିଜୟ ସିହ୍ନାଙ୍କୁ ଉପନେତା ଭାବେ ନିର୍ବାଚିତ କରାଯାଇଥିବା ସୂଚନା ମିଳିଛି।

ସମ୍ରାଟ ଚୌଧୁରୀ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ‘ଏହା ମୋ ପାଇଁ ଏକ ଭାବପ୍ରବଣ ମୁହୂର୍ତ୍ତ, ସରକାରରେ କାମ କରିବା ପାଇଁ ବିଧାନସଭା ଦଳର ନେତା ଭାବରେ ମୋତେ ଚୟନ କରାଯାଇଛି। ଯେତେବେଳେ ବିହାରର ବିକାଶ ତଥା ଲାଲୁ ପ୍ରସାଦଙ୍କ ଆତଙ୍କକୁ ଦୂର କରିବା ପାଇଁ ନୀତୀଶ ଜୀଙ୍କ ପ୍ରସ୍ତାବ ପାଇଥିଲୁ, ସେତେବେଳେ ଆମେ ତାଙ୍କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଥିଲୁ।’ ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାରଙ୍କ ଇସ୍ତଫା ପରେ ବିହାରରେ ରାଜନୈତିକ ସମୀକରଣ ବଦଳିଯାଇଛି। ବର୍ତ୍ତମାନ ଜେଡିୟୁ, ହମ ଏବଂ ବିଜେପି ସହିତ ମିଶି ଏକ ନୂଆ ମେଣ୍ଟ ସରକାର ଗଠନ କରିବାକୁ ଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି