https://youtube.com/live/cro9K4b-j1I?feature=share
ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ । ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ । ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ୧୬ରେ ହେବ ଯାଞ୍ଚ । ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯିବ । ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ସରିବ ।
୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେବା ସହ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।