Masthead

ଚିକିତ୍ସାରେ ଅବହେଳା, ଡାକ୍ତରଙ୍କୁ ନିସ୍ତୁକ ମାଡ଼

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ରୋଗୀଙ୍କ ମୃତ୍ୟୁକୁ ନେଇ ମଦ୍ୟପ ଡାକ୍ତରଙ୍କୁ ନିସ୍ତୁକ ମାଡ । ରୋଗୀ ମୃତ୍ୟୁକୁ ନେଇ ହସ୍ପିଟାଲରେ ଉତ୍ତେଜନା । ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରକୁ ନିସ୍ତୁକ ମାଡ ମାରିଲେ ରୋଗୀଙ୍କ ସମ୍ପର୍କୀୟ । ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ । ଅଭିଯୋଗ ଅନୁସାରେ ଗତକାଲି ରାତିରେ ବଲାଙ୍ଗିର ସହର କନ୍ଧପାଲି ପଡ଼ାର ନିକୁ ବାରିକ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ହସପିଟାଲରେ ଭର୍ତି କରିଥିଲେ । ହେଲେ ରାତି ୧୧ ଟାରେ ନିକୁଙ୍କ ମୃତ୍ୟୁ ହୋଇଥିଲା ।

ଡାକ୍ତର ଚିକିତ୍ସାରେ ଅବହେଳା କରିବାରୁ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ କରି ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଥିଲା । ଏପରିକି ଡ୍ୟୁଟିରେ ଥିବା ଡାକ୍ତର ମଦ ପିଇଥିବା ଅଭିଯୋଗ କରି ନିସ୍ତୁକ ମାଡ ମାରିଥିଲେ ରୋଗୀଙ୍କ ସମ୍ପର୍କୀୟ । ଏହାକୁ ନେଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ମେଡିକାଲରେ ଉତ୍ତେଜନା ଲାଗିରହିଥିଲା । ହସପିଟାଲର ସିକ୍ୟୁରିଟି ଗାର୍ଡ ଡାକ୍ତରଙ୍କୁ ଉଦ୍ଧାର କରିଥିଲେ । ମଦ ପିଇ ଡାକ୍ତର ଡ୍ୟୁଟି କରିବା ତଥା ଡାକ୍ତରକୁ ମରଣାନ୍ତକ ଆକ୍ରମଣ କରିବା ଘଟଣାକୁ ନେଇ ହସ୍ପିଟାଲରେ ଭୟର ବାତାବାରଣ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି