Masthead

ଆଜିଠୁ ଭାରତ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ ମ୍ୟାଚ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ । ୬ ତାରିଖ ପର୍ଯ୍ୟନ୍ତ ବିଶାଖାପାଟଣାର ୱାଇଏସ ରାଜଶେଖର କ୍ରିକେଟ ଷ୍ଟାଡିୟମରେ ମ୍ୟାଚ ଖେଳାଯିବ। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ପ୍ରଥମ ମ୍ୟାଚ ଜିତି ୧-୦ ରେ ଆଗୁଆ ରହିଛି । ପ୍ରଥମ ମ୍ୟାଚରେ ପରାସ୍ତ ହେବାପରେ ଏହି ମୁକାବିଲାକୁ ଜିତି ସ୍ଥିତି ବରାବର କରିବା ଲାଗି ଉଦ୍ୟମ କରିବ ଟିମ୍ ଇଣ୍ଡିଆ। ପ୍ରଥମ ଟେଷ୍ଟରେ ଭାରତର ବ୍ୟାଟିଂ ବିଫଳତା ପାଇଁ ପରାଜୟ ବରଣ କରିଥିଲା।

ତେଣୁ ଆଜିଠୁ ଆରମ୍ଭ ହେଉଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ପ୍ରଥମ ମ୍ୟାଚ୍‌ରେ କରିଥିବା ତ୍ରୁଟିକୁ ସୁଧାରିବାକୁ ଚେଷ୍ଟା କରିବ। ଅନ୍ୟପଟେ ଆହତ କାରଣରୁ ଦ୍ୱିତୀୟ ଟେଷ୍ଟ ଖେଳିବେନି ରବୀନ୍ଦ୍ର ଜାଡ଼େଜା ଏବଂ କେ.ଏଲ୍. ରାହୁଲ। ତେବେ ରାହୁଲଙ୍କ ସ୍ଥାନରେ ଯୁବ ବ୍ୟାଟ୍ସମ୍ୟାନ୍‌ ରଜତ ପାଟିଦର ଚୁଡ଼ାନ୍ତ ଏକାଦଶରେ ସାମିଲ ହୋଇପାରନ୍ତି। ସେହିପରି ଘରୋଇ କ୍ରିକେଟରେ ଦମଦାର ପ୍ରଦର୍ଶନ କରି ଭାରତୀୟ ଦଳକୁ ଆସିଥିବା ସର୍ଫରାଜ୍‌ ଖାନ୍‌ ମଧ୍ୟ ଖେଳିବାର ସମ୍ଭାବନା ରହିଛି। ସେପଟେ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ଦଳକୁ ଫେରିଛନ୍ତି ଜିମି ଆଣ୍ଡ୍ରୁସନ୍‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ