ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପରେ ଆତିଶିଙ୍କ ଘରେ ପହଞ୍ଚିଲେ କ୍ରାଇମ ବ୍ରାଞ୍ଚ ଟିମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜରିୱାଲଙ୍କ ଘରେ ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ। ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାକୁ ନେଇ ଆମ ଆଦମୀ ପାର୍ଟି ଏବଂ ଭାରତୀୟ ଜନତା ପାର୍ଟି ମଧ୍ୟରେ ରାଜନୈତିକ ବିବାଦ ଜାରି ରହିଛି।  ଦିଲ୍ଲୀ କ୍ରାଇମ ବ୍ରାଞ୍ଚ ଟିମ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘରେ ନୋଟିସ ଦେବା ପରେ ମନ୍ତ୍ରୀ ଆତିଶିଙ୍କ ଘରେ ନୋଟିସ ନେଇ ପହଞ୍ଚିଥିଲେ ମଧ୍ୟ ସେଠାରେ କେହି ନୋଟିସ ନେଇ ନ ଥିଲେ। ଏହାପରେ ଦିଲ୍ଲୀ ପୋଲିସ ଟିମ ମଧ୍ୟ ସେଠାରୁ ଫେରିଥିଲେ। ଗତ ମଙ୍ଗଳବାର ଅତିଶି ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ସହ ଭାଜପା ଉପରେ ଅଭିଯୋଗ କରିଥିଲେ ଯେ ସେମାନେ ଶାସକ ଦଳର ବିଧାୟକଙ୍କୁ ପ୍ରଲୋଭନ ଦେଖାଇ ଷଡଯନ୍ତ୍ର କରୁଛନ୍ତି। ଏହା ପରେ ଦିଲ୍ଲୀ ଭାଜପାର ସମସ୍ତ ନେତା ଓ ଏମପି ଦିଲ୍ଲୀ ପୋଲିସ କମିଶନର ସଞ୍ଜୟ ଆରୋରାଙ୍କୁ ଭେଟି ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ କରିବା ସହ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ