ସମନକୁ ଖାତିର କରୁ ନାହାନ୍ତି ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଇଡି। ଅବକାରୀ ନୀତି ଦୁର୍ନୀତି ଘଟଣାରେ ଇଡି କେଜ୍ରିୱାଲଙ୍କୁ ହାଜର ହେବାକୁ ୫ଥର ସମନ କରି ସାରିଲାଣି। କିନ୍ତୁ ସେ ଥରେ ହେଲେ ବି ଜେରାର ସମ୍ମୁଖୀନ ହେବାକୁ ଇଡିରେ ହାଜର ହୋଇ ନାହାନ୍ତି। ଶୁକ୍ରବାର କେଜ୍ରିୱାଲ ଇଡିର ୫ମ ସମନକୁ ବେଖାତିର କରିଥିଲେ। ଏଥିପାଇଁ ଶନିବାର ଇଡି ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟର ଦ୍ୱାରସ୍ଥ ହୋଇଛି। କେଜ୍ରିୱାଲଙ୍କ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଇଡି ତା’ର ଆବେଦନରେ ଉଲ୍ଲେଖ କରିଛି।

ଏହାର ଶୁଣାଣି ଆସନ୍ତା ବୁଧବାର ହେବ ବୋଲି କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ ।ଆଇପିସିର ଧାର ୧୭୪ ଓ ପ୍ରଭେସନ ଅଫ ମନି ଲଣ୍ଡରିଂ ଆକ୍ଟର ଧାରା ୫୦କୁ ଆଧାର କରି ଇଡି କୋର୍ଟରେ ଆବେଦନ କରିଛି। କେଜ୍ରିୱାଲ ସମନକୁ ଖାତିର କରୁ ନାହାନ୍ତି ଓ ନିୟମ ଅନୁସାରେ ତଦନ୍ତରେ ସହଯୋଗ କରୁ ନଥିବା ଇଡି କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ