ନିର୍ବାଚନ ପାଇଁ ଓଡ଼ିଶାରେ ବିଗୁଲ ବଜାଇବେ ରାହୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ନିର୍ବାଚନ ପାଇଁ ଓଡ଼ିଶାରେ ବିଗୁଲ ବଜାଇବେ ରାହୁଲ । ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ଝାଡଖଣ୍ଡରୁ ଆସି ବୀରମିତ୍ରପୁର ରାମପାଳ ଛକ ଦେଇ ଓଡ଼ିଶାକୁ ପ୍ରବେଶ କରିବ ନ୍ୟାୟ ଯାତ୍ରା । ସେଠାରେ ରାହୁଲ ଗାନ୍ଧୀଙ୍କୁ ଭବ୍ୟ ସ୍ୱାଗତ କରିବାକୁ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି ।

ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରାକୁ ସଫଳ କରିବା ପାଇଁ ପିସିସି ସଭାପତିଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଟିମ ଶୁକ୍ରବାରଠୁ ରାଉରକେଲାରେ ଡେରା ପକାଇଛି । ଶନିବାର ବୀରମିତ୍ରପୁର ରାମପାଳ ଛକକୁ ଯାଇ ସ୍ଥିତି ଯାଂଚ କରିଛି । ସୋମବାର ସନ୍ଧ୍ୟାରେ ଝାଡଖଣ୍ଡରୁ ସିଧା ବୀରମିତ୍ରପୁରରେ ପହଂଚି ସେଠାରେ ରାତ୍ରି ଯାପନ କରିବେ ରାହୁଲ । ଫେବୃଆରୀ ୭ରେ ରାଉରକେଲାକୁ ପହଂଚିବ ଏହି ଭାରତ ଯୋଡୋ ନ୍ୟାୟ ଯାତ୍ରା ।

ସ୍ଥାନୀୟ ବିର୍ସାମୁଣ୍ଡା ଛକରୁ ବାହାରି ପାନପୋଷ ଛକ ପର୍ଯ୍ୟନ୍ତ ରୋଡ ସୋରେ ବାହାରିବେ ରାହୁଲ ଗାନ୍ଧୀ । ଗାନ୍ଧୀ ଛକରେ ଆୟୋଜିତ ସଭାକୁ ରାହୁଲ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି । ଏହାପରେ ନ୍ୟାୟ ଯାତ୍ରା ରାଜଗାଙ୍ଗପୁର, ବଡଗାଁ ଓ କୁତ୍ରା ଠାରେ ମଧ୍ୟ ରୋଡ ସୋ କରି ସୁନ୍ଦରଗଡରେ ଆୟୋଜିତ ବିଶାଳ ସମାବେଶରେ ରାହୁଲ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ