Masthead

ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ପାଇଁ ବଢ଼ିଛି ସଙ୍କଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ପୂର୍ବ ପ୍ରଧାନମନ୍ତ୍ରୀ ପୁଣି ଝଟକା । ଇମ୍ରାନ ଖାନ୍୍ ଓ ବୁଶରା ବିବିଙ୍କୁ ୭ ବର୍ଷ ଜେଲ୍ । ବେଆଇନ ଭୋବେ ବିବାହ କରିଥିବା ନେଇ ଜେଲ୍ । ଇମ୍ରାନଙ୍କ ବୁଶରା ଥିଲେ ତୃତୀୟ ପତ୍ନୀ । ପାକିସ୍ତାନର ଏକ ଅଦାଲତ ସାଧାରଣ ନିର୍ବାଚନର ଏକ ସପ୍ତାହ ପୂର୍ବରୁ ‘ଅଣ-ଇସଲାମିକ ନିକାହ’ ମାମଲାରେ ଇମ୍ରାନ୍ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ୭ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି।

ଫେବ୍ରୁଆରୀ ୮ ରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ପାକିସ୍ତାନ ତେହରିକ-ଏ-ଇନସାଫ୍ (ପିଟିଆଇ) ଦଳର ପ୍ରତିଷ୍ଠାତାଙ୍କ ଇମ୍ରାନଙ୍କ ପାଇଁ ଅତି ଜଟିଳ ସ୍ଥିତି ଉପୁଜିଛି। ନିକଟରେ ଦୁଇଟି ମାମଲାରେ ତାଙ୍କୁ ଦଣ୍ଡାଦେଶ ହୋଇଛି। ୭୧ ବର୍ଷୀୟ ଇମ୍ରାନ୍‌ ଖାନ୍ ଏବେ ଚତୁର୍ଥ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବାରୁ ତାଙ୍କର ରାଜନୈତିକ ଭବିଷ୍ୟତ ଅନ୍ଧକାର ହୋଇଯାଇଛି । ବୁଶରା ବିବିଙ୍କ ପ୍ରଥମ ସ୍ୱାମୀ ଖାୱେର ମାନେକା ଏହି ମାମଲା ଦାଏର କରି ଅଭିଯୋଗ କରିଥିଲେ ଯେ ବୁଶରା ଇସଲାମିକ ପ୍ରଥାକୁ ଉଲ୍ଲଂଘନ କରିଛନ୍ତି। ରାୱଲପିଣ୍ଡି ସ୍ଥିତ ଆଡିଆଲା ଜେଲ୍ ପରିସରରେ ମାମଲାର ଶୁଣାଣି ୧୪ ଘଣ୍ଟା ଧରି ଚାଲିବା ପରେ ଆଜି ରାୟ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ