Masthead

ଆତିଶିଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍, ଆପ୍ ବିଧାୟକଙ୍କୁ ବିଜେପି କିଣିବାକୁ ଚେଷ୍ଟା କରୁଥିବା ଅଭିଯୋଗ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମନ୍ତ୍ରୀ ତଥା ଆପ୍‌ ନେତା ଆତିଶିଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍‌ । ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ପରେ ଆତିଶିଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍‌ । ଆପ୍ ବିଧାୟକଙ୍କୁ ବିଜେପି କିଣିବାକୁ ଚେଷ୍ଟା କରୁଥିବା ଅଭିଯୋଗ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ଟିମ୍‌ । ରବିବାର ସକାଳେ ଦିଲ୍ଲୀ ପୋଲିସର କ୍ରାଇମ ବ୍ରାଞ୍ଚ ଟିମ ଦିଲ୍ଲୀ ସରକାରୀ ମନ୍ତ୍ରୀ ଆତିଶୀ ମାର୍ଲେନାଙ୍କ ଘରେ ପହଞ୍ଚିଛନ୍ତି।

ଆତିଶି ମାର୍ଲେନା ଏବଂ ସିଏମ ଅରବିନ୍ଦ କେଜରିୱାଲ ନିକଟରେ କିଛି ଆଦମ ପାର୍ଟି ବିଧାୟକଙ୍କୁ ବିଜେପି ପକ୍ଷରୁ ଘୋଡ଼ାବେପାର କରିବାକୁ ଚେଷ୍ଟା କରାଯାଇଥିବା ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଗମ୍ଭୀରତାର ସହ ଗ୍ରହଣ କରି ଦିଲ୍ଲୀ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିଲା । କ୍ରାଇମ ବ୍ରାଞ୍ଚର ଏସିପି ରବିବାର ସକାଳେ ଆତିଶିଙ୍କ ଘରେ ପହଞ୍ଚି ନୋଟିସ ଜାରି କରିଛନ୍ତି। ତେବେ ସେ ତାଙ୍କ ବାସଭବନରେ ନ ଥିଲେ। ଏଭଳି ପରିସ୍ଥିତିରେ କ୍ରାଇମ ବ୍ରାଞ୍ଚ ଟିମ ତାଙ୍କ ଓଏସଡିଙ୍କୁ ଏକ ନୋଟିସ ଦେଇ ସେଠାରୁ ଚାଲି ଯାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼