Masthead

୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରିଙ୍କ ଫ୍ରମ ଟ୍ୟାପକୁ ନେଇ ପ୍ରଶଂସା କଲେ ରାଜ୍ୟପାଳ । କହିଛନ୍ତି ଫ୍ରମ୍‌ ଟ୍ୟାପ୍‌ରେ ପୁରୀ ଦେଶର ପ୍ରଥମ ସହର ରହିଛି । ସେହିପରି ଗୋପାଳପୁର ଦେଶର ୨ୟ ସହର ରହିଛି । ୨୪ ସହରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ସୁବିଧା ପାଉଛନ୍ତି । ସେହିଭଳି ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି ।

ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି । ପ୍ରତି ପରିବାରକୁ ୫ ଲକ୍ଷ, ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି । ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ । ଡ୍ରିଙ୍କ ୩୪୧୧ କୋଟି ଖର୍ଚ୍ଚରେ ୬୮୭୨ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି ।

କୋରାପୁଟ ଜିଲ୍ଲା କୋଟିଆରେ ସ୍ୱତନ୍ତ୍ର ଆଦର୍ଶ ବିଦ୍ୟାଳୟ କରାଯାଇଛି । ମିଶନ ଶକ୍ତି ଋଣ ଯୋଜନାରେ ବିନା ସୁଧରେ ୫ ଲକ୍ଷ ଯାଏଁ ଋଣ ମିଳୁଛି । ଆନ୍ତଃ-ଜାତି ବିବାହକୁ ସ୍ୱୀକୃତି ପାଇଁ ଦଂପତିଙ୍କୁ ୨.୫ ଲକ୍ଷ ପ୍ରୋତ୍ସାହନ । ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମାଗଣା ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା